୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେରୁ ଦିଲ୍ଲୀ ହସ୍ପିଟାଲରେ ପ୍ରତିରୋପଣ ପାଇଁ ପହଞ୍ଚିଲା ହୃଦୟ: ମହିଳାଙ୍କୁ ମିଳିଲା ନୂଆ ଜୀବନ

ନୂଆଦିଲ୍ଲୀ,୧୯।୨: ମାତ୍ର ୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେର ରୁବି ହଲ୍‌ କ୍ଲିନିକ୍‌ରୁ ଦିଲ୍ଲୀର ଫୋର୍ଟିସ୍‌ ହସ୍ପିଟାଲରେ ପ୍ରତିରୋପଣ ପାଇଁ ହୃଦୟ ପହଞ୍ଚିଛି। ଏହାପରେ ଡାକ୍ତରୀ ଦଳଙ୍କ ଦ୍ୱାରା ଏହାକୁ ୩୪ ବର୍ଷ ବୟସ୍କା ଜଣେ ମହିଳାଙ୍କଠାରେ ସଫଳତାର ସହିତ ପ୍ରତିରୋପଣ କରାଯାଇଛି। ମଙ୍ଗଳବାର ଅପରାହ୍ନ ୩ଟା ୩୦ରେ ପୁଣେର ରୁବି ହଲ୍‌ କ୍ଲିନିକ୍‌ରେ ଜଣେ ୪୭ ବର୍ଷ ବୟସ୍କ ରୋଗୀଙ୍କ ବ୍ରେନ୍‌ ଡେଡ୍‌ ହୋଇଥିଲା। ତାଙ୍କର ହୃଦୟକୁ ଦିଲ୍ଲୀର ଫୋର୍ଟିସ୍‌ ହସ୍ପିଟାଲକୁ ପ୍ରତିରୋପଣ ପାଇଁ ଅଣାଯାଇଥିଲା। ଅପରାହ୍ନ ୫ଟା ୪୦ରେ ଏହା ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଥିଲା। ପୋଲିସପକ୍ଷରୁ ବିମାନବନ୍ଦର ଠାରୁ ଦିଲ୍ଲୀର ଫୋର୍ଟିସ୍‌ ହସ୍ପିଟାଲ ପର୍ଯ୍ୟନ୍ତ ୧୮.୪ କିମି ରାସ୍ତାକୁ ଗ୍ରୀନ୍‌ କରିଡୋରରେ ପରିଣତ କରାଯାଇଥିଲା। ବିମାନ ବନ୍ଦରରୁ ହସ୍ପିଟାଲରେ ପହଞ୍ଚିବା ପାଇଁ ୨୧ ମିନିଟ୍‌ ୨୦ ସେକେଣ୍ଡ ସମୟ ଲାଗିଥିଲା ବୋଲି ଦିଲ୍ଲୀର ଫୋର୍ଟିସ୍‌ ହସ୍ପିଟାଲର ବରିଷ୍ଠ ଡାକ୍ତର ଜେ.ଏସ୍‌. ମେହରଓ୍ବାଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri