୩ ଜଣଙ୍କ ରକ୍ତ ନମୁନା ସଂଗ୍ରହ: ୧୮ ଜଣଙ୍କୁ ହୋମ କ୍ୱାରେଣ୍ଟାଇନ

ସୋହେଲା,୪।୪(ଡି.ଏନ.ଏ.)- ବରଗଡ ଜିଲା ସୋହେଲା ଥାନା ଅନ୍ତର୍ଗତ ୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା ଦଶ ମାଇଲ ଛକରେ କେତେକ ନିଜାମୁଦ୍ଦିନ ଫେରନ୍ତା ଆସି ରହୁଥିବା ଅଭିଯୋଗ ହୋଇଥିଲା । ଅଭିଯୋଗ ପାଇ ପଦ୍ମପୁର ଉପ ଜିଲାପାଳ ତନ୍ମୟ ଦରୁଆନଙ୍କ ନେତୃତ୍ୱରେ ସୋହେଲା ଥାନା ଆଇଆଇସି ନିର୍ମଳ ମହାପାତ୍ର,ବରଗଡ ଓ ସୋହେଲା ଡାକ୍ତରୀଦଳ ଦଶମାଇଲ ଛକରେ ବହୁ ବର୍ଷ ହେଲା ମାଂସ ବେପାର କରି ପରିବାର ପୋଷଣ କରୁଥିବା ଏକ ଘରେ ଚଢ଼ାଉ କରିଥିଲେ । ଗୃହକର୍ତ୍ତା ତାଙ୍କ ଘରେ କେତେ ଜଣ ଆସି ରହୁଛନ୍ତି ବୋଲି ଅଧିକାରୀମାନେ ପଚାରିବାରୁ କୌଣସି ସନ୍ତୋଷ ଜନକ ଉତ୍ତର ଦେଇ ପାରି ନ ଥିଲେ । ଫଳରେ ସେଠାରେ ଉପସ୍ଥିତ ଥିବା ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା ।ଅଧିକାରୀମାନେ ଘର ତଲାସୀ କରିବାରୁ ତାଙ୍କ ପରିବାରର ୧୨ ଜଣ ସଦସ୍ୟଙ୍କ ବ୍ୟତୀତ ଉତ୍ତର ପ୍ରଦେଶ ଯୋନପୁର ଅଞ୍ଚଳରୁ ଆସିଥିବା ଆହୁରି ୬ଜଣ ବ୍ୟକ୍ତି ରହୁଥିବା ଜଣା ପଡିଥିଲା । ଅଧିକାରୀମାନେ ଯୋନପୁର ଅଞ୍ଚଳରୁ ଆସିଥିବା ଲୋକଙ୍କୁ ପଚାରିବାରୁ ସେମାନେ ଗତ ମାସ ୧୭ ତାରିଖ ଯୋନପୁରରୁ ରାୟପୁରକୁ ଟ୍ରେନରେ ଆସି ସେଠାରୁ ବସ ଯୋଗେ ଦଶ ମାଇଲ ଆସିଥିବା କହି ଟ୍ରେନ ଟିକେଟ ଦେଖାଇଥିଲେ । ସେମାନେ ଏଠାକୁ ଏକ ନିର୍ବନ୍ଧ କାମରେ ଆସି ଲକ ଡାଉନ ଯୋଗୁଁ ଆଉ ଫେରି ପାରି ନ ଥିବା ପ୍ରକାଶ କରିଥିଲେ । ସେଠାରେ ଉପସ୍ଥିତ ଥିବା ଅଧିକାରୀମାନେ ୩ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ସଂଗ୍ରହ କରି ଥିଲେ। ଏଥିସହିତ ଅନ୍ୟ ୧୮ ଜଣଙ୍କୁ ହୋମ କ୍ବାରେଣ୍ଟାଇନରେ ରଖା ଯିବାକୁ ଉପଜିଲାପାଳ ନିର୍ଦେଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri