୩ ଜରିମାନା ଖିଲାପୀ ଖଣିର ସମ୍ପତ୍ତି ଜବତ ନିର୍ଦ୍ଦେଶ

କେନ୍ଦୁଝର,୨ା୨(ଡ଼ି.ଏନ୍‌.ଏ.)- ଜରିମାନା ଖିଲାପୀ ଖଣି ଲିଜ୍‌ଧାରୀଙ୍କ ବିରୋଧରେ କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଚାଲିଥିବା ଓପିଡିଆର୍‌ ସାର୍ଟିଫିକେଟ କେଶ ମଧ୍ୟରୁ ଶନିବାର ୩ଟି ଖଣିର ଶୁଣାଣି ହୋଇଛି। ଏହି ୩ ଖଣିର ସମ୍ପତ୍ତି ଜବତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୂଚନା ଅନୁଯାୟୀ, ଯୋଡା ଖଣି ମଣ୍ଡଳ ଅନ୍ତର୍ଗତ ଓପିଡିଆର୍‌ ସାର୍ଟିଫିକେଟ କେଶ ନଂ. ୩୦/୨୦୧୮ର ଏଚ୍‌ଜି ପାଣ୍ଡିଆ ଆଣ୍ଡ ଅଦର୍ସ ଖଣି ଲିଜ୍‌ଧାରୀଙ୍କର ବକେୟା ଥିବା ୯୨କୋଟି ୬୬ଲକ୍ଷ ୨୧ହଜାର ୪୮୩ ଟଙ୍କା ଜରିମାନା ଦାଖଲ ସମ୍ପର୍କରେ ଶନିବାର ଶୁଣାଣି ହୋଇଥିଲା। ଜରିମାନା ଦାଖଲ ହୋଇ ନ ଥିବାରୁ ଉପରୋକ୍ତ ଖଣି ଲିଜ୍‌ଧାରୀଙ୍କ ସମ୍ପତ୍ତି ଏବଂ ବ୍ୟାଙ୍କ ଆକାଉଣ୍ଟ ଜବତ କରି ଜରିମାନା ବାବଦ ଅର୍ଥ ଆଦାୟ କରିବାକୁ ଜିଲାପାଳଙ୍କ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଓପିଡିଆର୍‌ ସାର୍ଟିଫିକେଟ କେଶ ନଂ. ୩୨/୨୦୧୮ର ବିପିଏମ୍‌ଇ ଲିଃ ଖଣି ଲିଜ୍‌ଧାରୀଙ୍କର ବକେୟା ଥିବା ୨୪୧ କୋଟି ଟଙ୍କା ଜରିମାନା ଦାଖଲ ସମ୍ପର୍କରେ ଶୁଣାଣି ହୋଇଥିଲା। ସମ୍ପୃକ୍ତ ଲିଜ୍‌ଧାରୀଙ୍କ ସମ୍ପତ୍ତି ବିକ୍ରୟ କରି ଜରିମାନା ଆଦାୟ କରିବାକୁ ବଡବିଲ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଓପିଡିଆର୍‌ ସାର୍ଟିଫିକେଟ କେଶ ନଂ. ୪୭/୨୦୧୮ର ଏସ୍‌ସି ପାଢୀ ଖଣି କର୍ତ୍ତୃପକ୍ଷ ବକେୟା ଥିବା ଜରିମାନା ୨୮କୋଟି ୪୫ଲକ୍ଷ ୯୫ହଜାର ୮୬୬ ଟଙ୍କା ପୈଠ କରି ନ ଥିବାରୁ ଲିଜଧାରୀଙ୍କ ସମସ୍ତ ବ୍ୟାଙ୍କ ଆକାଉଣ୍ଟ ଏବଂ ସମ୍ପତ୍ତି ଜବତ କରି ଅର୍ଥ ଆଦାୟ କରିବାକୁ ଜିଲାପାଳଙ୍କ କୋର୍ଟ ନିର୍ଦ୍ଦେଶ ଜାରୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri