୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨ା୧(ବ୍ୟୁରୋ): ସାରା ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ। ଗୁରୁବାର ୩ ଜିଲାରେ ପ୍ରବଳ ବର୍ଷିବ ଏବଂ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗୁରୁବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହେବାକୁ ଥିବା ବେଳେ ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହେବ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ଗୁରୁବାର ଦେବଗଡ଼, ସୋନପୁର, ଢେଙ୍କାନାଳ, ବୌଦ୍ଧ, ଅନୁଗୋଳ, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଆଦି ୮ଟି ଜିଲାରେ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶୁକ୍ରବାର ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୋଳ ଆଦି ୬ଜିଲାରେ ଘଡ଼ଘଡ଼ି, ବିଜୁଳି ସହିତ ଝଡ଼ ହେବ। ତେଣୁ ଏ ସମସ୍ତ ୬ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର ରାଜ୍ୟର କିଛି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାତିର ତାପମାତ୍ରା ୨ରୁ ୩ଡିଗ୍ରୀ ମଧ୍ୟରେ ଖସିବାର ଆଶଙ୍କା ରହିଛି। ଅନ୍ୟପକ୍ଷରେ ବୁଧବାର ଅନୁଗୋଳରେ ସର୍ବନିମ୍ନ ତାପମାତ୍ରା ୭.୬ ଡିଗ୍ରୀ ରହିଥିବା ରେକର୍ଡ କରାଯାଇଛି। ଏହାଛଡ଼ା କେନ୍ଦୁଝରରେ ୬.୮, ତାଳଚେରରେ ୮.୯, ଫୁଲବାଣୀରେ ୯, ସୋନପୁରରେ ୯.୬, ସୁନ୍ଦରଗଡ଼ରେ ୧୦, ବାଲେଶ୍ୱରରେ ୧୦.୧, ଦାରିଙ୍ଗବାଡ଼ିରେ ୧୦.୫, ଟିଟିଲାଗଡ଼ରେ ୧୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଦ୍ୱୈତନଗରୀ କଟକରେ ତାପମାତ୍ରା ୧୦.୮ଡିଗ୍ରୀ ରହିଥିବା ବେଳେ ଭୁବନେଶ୍ୱରରେ ୧୨.୬ ଡିଗ୍ରୀ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri