୩ ଜୁଆ ଆଡ୍ଡାରେ ଚଢ଼ାଉ: ୧୦ ଗିରଫ, ୨୨ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଜବତ

ବ୍ରହ୍ମପୁର ଅଫିସ,୯।୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ପୋଲିସ ମଙ୍ଗଳବାର ରାତିରେ ତିନୋଟି ଜୁଆ ଅଡ୍ଡାରେ ଚଢ଼ାଉ କରି ପୃଥକ୍‌ ଭାବେ ୧୦ ଜୁଆଡ଼ିଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ନଗଦ ୨୨ ହଜାର ୯ ଶହ ୮୦ ଟଙ୍କା ଓ ୫ଟି ମୋବାଇଲ ଫୋନ୍‌ ଜବତ ହୋଇଛି।
ଜଗବନ୍ଧୁ ସାହିରୁ ୪ ଜୁଆଡ଼ିଙ୍କୁ ଗିରଫ କରିଥିବା ବେଳେ ୧୨ ହଜାର ଟଙ୍କା ଜବତ କରିଛି। ମାମଲା ନମ୍ବର ୧୬୭/୧୯ରେ ସେମାନଙ୍କୁ କୋର୍ଟଚାଲାଣ କରାଯାଇଛି।
ବୈଦ୍ୟନାଥପୁର ଥାନା ପୋଲିସ ବାବାଜିତୋଟା ସାହିରୁ ୨ ଜୁଆଡ଼ିଙ୍କୁ ଗିରଫ କରିବା ସହ ୬ ହଜାର ୫ଶହ ୮୦ଟଙ୍କା ଓ ଗୋଟିଏ ମୋବାଇଲ ଫୋନ୍‌ ଜବତ କରିଛି । ମାମଲା ନମ୍ବର ୨୧୭/୧୯ ରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।
ସେହିପରି ଇନ୍ଦିରାନଗର ନିକଟ ଏକ ଟେଲିଫୋନ ଟାଓ୍ବାର ନିକଟରେ ଚାଲିଥିବା ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି ୪ ଜୁଆଡ଼ିଙ୍କୁ କାବୁ କରିବା ସହ ସେମାନଙ୍କ ନିକଟରୁ ୪ ହଜାର ୪ ଶହ ଟଙ୍କା ଓ ୪ ଟି ମୋବାଇଲ ଜବତ କରିଛି। ମାମଲା ନମ୍ବର ୨୧୮/୧୯ରେ ଜୁଆଡ଼ିମାନଙ୍କୁ ବୁଧବାର କୋର୍ଟଚାଲାଣ କରାଯାଇଛି ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?