୩ ଦିନ ବର୍ଷା: ଘଣ୍ଟାକୁ ୩୦ରୁ ୪୦ କି.ମି. ପବନ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳର ଭୂପୃଷ୍ଠରୁ ୯କି.ମି. ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର ଉତ୍ତର ଆଭ୍ୟନ୍ତରୀଣ ଜିଲା ସମେତ ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏପରି କି ଏହି ସମୟରେ ସମ୍ବଲପୁର, ଦେବଗଡ଼ ଏବଂ ସୁନ୍ଦରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖ ରାତିରୁ ୨୬ ତାରିଖ ସକାଳ ଯାଏ କଟକ, ଯାଜପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ ପୁରୀ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଏ ସବୁ ଜିଲାରେ ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବର୍ଷା ପରେ ପରେ ୨୭ ଓ ୨୮ ତାରିଖରେ କୁହୁଡ଼ି ଅସ୍ତବ୍ୟସ୍ତ କରିବ। ନୟାଗଡ଼, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଏବଂ ଅନୁଗୋଳ ଜିଲାର କେତେକ ସ୍ଥାନରେ ପ୍ରବଳ କୁହୁଡ଼ି ହେବ। ସେହିପରି ଉପକୂଳ ଓଡ଼ିଶା, ଭଦ୍ରକ, ଯାଜପୁର, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା ପୁରୀ, ନୟାଗଡ଼, ଅନୁଗୋଳ, କନ୍ଧମାଳ ଏବଂ ରାୟଗଡ଼ା ଜିଲାର କେତେକ ଅଞ୍ଚଳରେ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିବ।
ବର୍ଷା, ପବନ ଏବଂ କୁହୁଡ଼ିକୁ ଦେଖି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜିଲାପାଳମାନଙ୍କୁ ସତର୍କ କରାଯାଇଛି। ପରିସ୍ଥିତି ଉପରେ ନଜର ରଖିବା ସହ ଆବଶ୍ୟକ ପଦକ୍ଷେପ ନେବା ଲାଗି ପରାମର୍ଶ ଦିଆଯାଇଛି। କୁହୁଡ଼ି ପ୍ରବଳ ହେଉଥିବାରୁ ଯାନବାହନ ଚଳାଚଳ ନିୟନ୍ତ୍ରଣ ନେଇ ପୋଲିସ ଓ ପରିବହନ ବିଭାଗ ସହ ଯୋଗାଯୋଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କ୍ଷୟକ୍ଷତି ନେଇ ରାଜ୍ୟ ଆପାତ୍‌କାଳୀନ ସେଣ୍ଟରକୁ ଜଣାଇବାକୁ କୁହାଯାଇଛି। ପାଗ ମେଘୁଆ ଥିବା ଯୋଗୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ମଧ୍ୟ ହ୍ରାସ ପାଇବାର ସମ୍ଭାବନା ରହିଛି। ସୋମବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା ବଲାଙ୍ଗୀରଠାରେ ୧୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିଠାରେ ୩୫.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri