୩ ଦୋକାନ ସିଲ୍‌, ୩୫ ବାଇକ୍‌ ଜବତ: ୨୨ ଜଣଙ୍କ ନାଁରେ ମାମଲା

ସମ୍ବଲପୁର,୬।୪(ବ୍ୟୁରୋ)-କରୋନା ଭୂତାଣୁର ମୁକାବିଲା ଲାଗି ସରକାର କଟକଣା ଜାରି କରିଛନ୍ତି। ଏପ୍ରିଲ ୧୪ ପର୍ଯ୍ୟନ୍ତ ସାରା ଦେଶକୁ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ନିୟମ ପାଳନ କରୁ ନ ଥିବା ସମ୍ବଲପୁରର ଅମାନିଆମାନଙ୍କୁ ପୋଲିସ ସାବାଡ କରିଛି । ଗତ ୨୪ ଘଣ୍ଟା ଭିତରେ ପୋଲିସ ପକ୍ଷରୁ ହୋଇଥିବା କାର୍ଯ୍ୟାନୁଷ୍ଠାନରେ ୩ କିରାନା ଦୋକାନ ସିଲ କରାଯାଇଛି । ଏଗୁଡିକ ଧନୁପାଲି ଥାନା ପିଡବ୍ଳୁଡି କଲୋନୀ, ଅଇଁଠାପାଲି ଥାନା ଆଦର୍ଶ ନଗର ଓ କ୍ଷେତରାଜପୁର ଥାନା ମାଳବାରୀ ଅଞ୍ଚଳର। କଟକଣା ସମରେ ଦୋକାନରେ ସମାଜିକ ଦୂରତା ରହି ନ ଥିଲା। ଏହା ସହ ଗ୍ରାହକଙ୍କ ହାତ ଧୋଇବା ପାଇଁ ବ୍ୟବସ୍ଥା କରି ନ ଥିବାରୁ ଦୋକାନ ଗୁଡିକ ସିଲ୍‌ କରାଯାଇଥିଲା । ସେହିପରି ବିଭିନ୍ନ ଥାନା ଅଞ୍ଚଳରୁ ୨୨ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି । ୩୫ ବାଇକ୍‌ ଜବତ ହୋଇଛି ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

୨୦୨୬ରେ ଘଟିବାକୁ ଯାଉଛି ଏମିତି, ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଜାଣିଲେ…

ନୂଆଦିଲ୍ଲୀ,୨୨।୧୨: ୨୦୨୫ ବର୍ଷ ଧୀରେ ଧୀରେ ଶେଷ ହେବାକୁ ଯାଉଛି, ଏବଂ ଲୋକମାନେ ନୂତନ ବର୍ଷ ୨୦୨୬କୁ ସ୍ବାଗତ କରିବାକୁ ଉତ୍ସାହିତ। ଦେଶ ଏବଂ ବିଶ୍ୱ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri