୩ ପ୍ୟାକେଟ ଗଞ୍ଜେଇ ଜବତ: ୨ ଗିରଫ

ରାୟଗଡା ଅଫିସ,୨୦।୧୦: ରାୟଗଡ଼ା ରେଳ ଷ୍ଟେଶନର ୧ ନମ୍ବର ପ୍ଲାଟଫର୍ମରେ ସନ୍ଦେହଜନକ ଅବସ୍ଥାରେ ବୁଲୁଥିବା ୨ଯୁବକଙ୍କୁ ରେଳବାଇ ସୁରକ୍ଷା ବଳ ପୋଲିସ ଗିରଫ କରି ସେମାନଙ୍କଠାରୁ ୩ ପ୍ୟାକେଟ ଗଞ୍ଜେଇ ଜବତ କରିଛି। ସେମାନେ ହେଲେ ଧୀରେନ୍ଦ୍ର ଏହିରୱାଲ (୩୦) ଓ ଶିବାରାମ ପ୍ରଧାନ (୩୩)।
ସୂଚନାଯୋଗ୍ୟ, ରେଳବାଇ ସୁରକ୍ଷା ବଳ ଏସ୍‌ଆଇ ସରୋଜ କୁମାର ବାରିକ ଓ ଆଇଆଇସି ଡି.ଏନ୍‌. ତ୍ରିଲୋକଙ୍କ ନେତୃତ୍ୱରେ ଚାଲଥିବା ଯାଞ୍ଚ ସମୟରେ ଧୀରେନ୍ଦ୍ର, ଶିବାରାମ ଗତିବିଧି ଉପରେ ସନ୍ଦେହ ହେବାରୁ ସେମାନଙ୍କୁ ପଚରାଉଚରା କରିଥିଲେ। ସେମାନଙ୍କ ଠାରୁ କୌଣସି ସନ୍ତୋଷଜନକ ଉତ୍ତର ନ ମିଳିବାରୁ ପୋଲିସ ଏହି ଦୁଇ ଯୁବକଙ୍କୁ ଥାନାକୁ ନେଇ ଅଧିକ ତଦନ୍ତ କରିବା ସମୟରେ ସେମାନଙ୍କ ପାଖରେ ଗଞ୍ଜେଇ ଥିବା ଜଣାପଡିଥିଲା। ଏହି ଗଞ୍ଜେଇ କୋରାପୁଟ ଓ ଶିମିଳିଗୁଡ଼ା ଅଞ୍ଚଳରୁ ଅଣାଯାଇ ରାଉରକେଲାକୁ ଚାଲାଣ କରୁଥିବା ଆର୍‌ପିଏଫ୍‌ ପୋଲିସ ସୂଚନା ଦେଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ ଲକ୍ଷ ୧୦ ହଜାର ଟଙ୍କା ହେବ ବୋଲି ପୋଲିସ ପ୍ରକାଶ କରିଛି। ରେଳବାଇ ପୋଲିସ ଏହି ୨ଜଣଙ୍କର ବିରୋଧରେ ଏକ ମାମଲା ରୁଜୁ କରିଛି। ଉଭୟଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ରେଳବାଇ ସୁରକ୍ଷା ବଳର ଥାନା ଭାରପ୍ରାପ୍ତ ଅଧିକାରୀ ଡି.ଏନ୍‌. ତ୍ରିଲୋକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?