Posted inଜାତୀୟ

୩ ବର୍ଷରେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଛନ୍ତି ୩୭୩ ଯୁବକ

ଶ୍ରୀନଗର,୧୧।୫: ଗତ ୩ ବର୍ଷ ମଧ୍ୟରେ ଆତଙ୍କବାଦୀ ସଂଗଠନରେ ୩୭୩ ଯୁବକ ଯୋଗ ଦେଇଛନ୍ତି। ୨୦୧୮ଠାରୁ ୨୦୨୦ ମେ ୩ ମଧ୍ୟରେ ଏହି ଯୁବକମାନେ ବିଭିନ୍ନ ଆତଙ୍କବାଦୀ ସଂଗଠନରେ ସାମିଲ୍‌ ହୋଇଛନ୍ତି। ୨୦୧୮ରେ ୨୧୯ ଜଣ ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିଲେ। ୨୦୧୯ରେ ଯୁବକଙ୍କ ଯୋଗଦେବା ହାର କମ୍‌ ଥିଲା। ଏହି ବର୍ଷ ୧୧୯ ଜଣ ଯୁବକ ଆତଙ୍କବାଦୀ ସଂଗଠନରେ ସାମିଲ୍‌ ହୋଇଥିଲେ। ତେବେ ଚଳିତ ୨୦୨୦ ବର୍ଷର ମେ ୩ ସୁଦ୍ଧା ୩୫ ଜଣ ଯୁବକ ଆତଙ୍କବାଦୀ ସଂଗଠନରେ ଯୋଗଦେଇଥିବା କୁହାଯାଉଛି। ସେହିପରି ୨୦୧୮ରେ ୨୧୫ ଏବଂ ୨୦୧୯ରେ ୧୫୨ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ନିହତ ହୋଇଥିଲେ। ଚଳିତ ବର୍ଷ ମେ ୩ ସୁଦ୍ଧା ୬୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ୨୨ ଜଣ ହିଜବୁଲ୍‌ ମୁଜାହିଦ୍ଦିନ୍‌ ସଂଗଠନର ଥିବାବେଳେ ୮ ଜଣ ଲଶ୍କର-ଇ-ତୋଏବା, ୮ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ସଂଗଠନର ବୋଲି ଚିହ୍ନଟ କରାଯାଇଛି। ସେହିପରି ୩ ଜଣ ଅସାଂର-ଗଜବତ୍‌- ଇ- ହିନ୍ଦ୍‌ ଏବଂ ୩ ଜଣ ଇସଲାମିକ୍‌ ଷ୍ଟେଟ୍‌ ସଂଗଠନର ବୋଲି କୁହାଯାଉଛି। ଅପରପକ୍ଷରେ ୨୦ ଜଣ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଇପାରି ନାହିଁ। ଚଳିତ ବର୍ଷ ଦକ୍ଷିଣ କଶ୍ମୀରରେ ସର୍ବାଧିକ ୪୪ଜଣ ଆତଙ୍କବାଦୀଙ୍କ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?