Posted inଜାତୀୟ

୩ ବର୍ଷରେ ଟ୍ରେନ୍‌, ଷ୍ଟେଶନ ପରିସରରେ ହୋଇଛି ୧୬୫ ବଳାତ୍କାର ଘଟଣା: ଆର୍‌ଟିଆଇ ରିପୋର୍ଟ

ନୂଆଦିଲ୍ଲୀ,୨।୩: ଟ୍ରେନ୍‌ରେ ଯାତ୍ରା କରିବା ମଧ୍ୟ ମହିଳାଙ୍କ ପାଇଁ ସୁରକ୍ଷିତ ନୁହେଁ। ଏହା ସୂଚନା ଅଧିକାର ଆଇନ(ଆର୍‌ଟିଆଇ) ଦ୍ୱାରା କରାଯାଇଥିବା ଏକ ଆବେଦନ ରିପୋର୍ଟରୁ ଜଣାପଡ଼ିଛି। ଏଥିରେ ଦର୍ଶାଯାଇଛି ଯେ, ଗତ ୩ ବର୍ଷ ମଧ୍ୟରେ ଟ୍ରେନ୍‌ ଏବଂ ଷ୍ଟେଶନ ପରିସରରେ ୧୬୫ ବଳାତ୍କାର ଘଟଣା ହୋଇଛି। ୨୦୧୭ରୁ ୨୦୧୯ ମଧ୍ୟରେ ଏସବୁ ଘଟଣା ଘଟିଥିବା ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୭ରେ ଏଭଳି ୫୧ଟି ଘଟଣା ଘଟିଥିବାବେଳେ ୨୦୧୮ରେ ଏହାର ସଂଖ୍ୟା ୭୦ ଥିଲା। ସେହିପରି ୨୦୧୯ରେ ୪୪ଟି ବଳାତ୍କାର ଘଟଣା ଟ୍ରେନ୍‌ ଏବଂ ଷ୍ଟେଶନ ପରିସରରେ ହୋଇଥିବା ରିପୋର୍ଟ କୁହାଯାଇଛି। ଆର୍‌ଟିଆଇ କର୍ମୀ ଚନ୍ଦ୍ରଶେଖର ଗୌଡ଼ଙ୍କ ପକ୍ଷରୁ କରାଯାଇଥିବା ଏକ ଆବେଦନର ଉତ୍ତରରେ ଏହି ରିପୋର୍ଟ ମିଳିଛି। ଚଳନ୍ତା ଟ୍ରେନ୍‌ରେ ୩ ବର୍ଷରେ ୨୯ ବଳାତ୍କାର ଘଟଣା ଘଟିଥିବା ରିପୋର୍ଟରେ ଦର୍ଶାଯାଇଛି। ଏହି ସମୟ ମଧ୍ୟରେ ଟ୍ରେନ୍‌ ଏବଂ ଷ୍ଟେଶନ ପରିସରରେ ୧,୬୭୨ଟି ଆପରାଧୀକ ଘଟଣା ଘଟିଛି। ସେଥିମଧ୍ୟରେ ୮୦୨ଟି ଷ୍ଟେଶନ ପରିସରରେ ଘଟିଛି। ଅପରପକ୍ଷରେ ୮୭୦ଟି ଚଳାନ୍ତା ଟ୍ରେନ୍‌ରେ ଘଟିଛି। ସେସବୁ ମଧ୍ୟରେ ୭,୭୧ ଅପହରଣ, ୪,୭୧୮ ଲୁଟ୍‌, ୫୪୨ ହତ୍ୟା ଏବଂ ୨୧୩ ହତ୍ୟା ଉଦ୍ୟମ ଘଟଣା ରହିଛି ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?