୩ ବର୍ଷରେ ମଲେଣି ୨୪୬ ହାତୀ

ଭୁବନେଶ୍ୱର, ୧୯ା୨(ବ୍ୟୁରୋ) :ଓଡ଼ିଶାରେ ବିପଦରେ ଅଛନ୍ତି ହାତୀ। ଗତ ୩ ବର୍ଷରେ ବିଭିନ୍ନ କାରଣରୁ ୨୪୬ ହାତୀଙ୍କ ମୃତ୍ୟୁ ହୋଇଛି ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି। ମଙ୍ଗଳବାର ବିଧାନସଭାରେ ବଲାଙ୍ଗୀର ଲୋଇସିଂହା ଭାଜପା ବିଧାୟକ ମୁକେଶ ମହାଲିଙ୍ଗ ରାଜ୍ୟରେ ହାତୀ ସଂଖ୍ୟା କେତେ ରହିଛି, ବିଗତ ୩ ବର୍ଷ ମଧ୍ୟରେ କେତେ ହାତୀଙ୍କ ମୃତ୍ୟୁ ହୋଇଛି ଏବଂ ସେମାନଙ୍କ ସୁରକ୍ଷା ପାଇଁ ସରକାରଙ୍କ ତରଫରୁୁ କି ପ୍ରକାର ପଦକ୍ଷେପ ନିଆଯାଇଛି ବୋଲି ବିଭାଗୀୟ ମନ୍ତ୍ରୀକୁ ପ୍ରଶ୍ନ କରିଥିଲେ। ଏହାର ଉତ୍ତର ରଖି ମନ୍ତ୍ରୀ କହିଛନ୍ତି, ରୋଗରେ ଆକ୍ରାନ୍ତ, ବିଦ୍ୟୁତ୍‌ଜନିତ ଦୁର୍ଘଟଣା, ଟ୍ରେନ୍‌ ଦୁର୍ଘଟଣା ଭଳି କାରଣ ଯୋଗୁ ହାତୀଙ୍କ ମୃତ୍ୟୁ ହୋଇଛି। ୨୦୧୭ ହାତୀଗଣନା ଅନୁଯାୟୀ, ରାଜ୍ୟର ବିଭିନ୍ନ ବନଖଣ୍ଡରେ ମୋଟ ୧୯୭୬ ହାତୀ ରହିଛନ୍ତି। ସେଥିମଧ୍ୟରୁ ଶିମିଳିପାଳ (କୋର୍‌)ରେ ସର୍ବାଧିକ ୩୩୦ ହାତୀ ରହିଥିବାବେଳେ ଢେଙ୍କାନାଳରେ ୧୬୯, ସାତକୋଶିଆରେ ୧୪୭ ଓ ଆଠଗଡ଼ରେ ୧୧୫ ହାତୀ ଅଛନ୍ତି। ତେବେ ଓଡ଼ିଶାର ୫୦ ବନଖଣ୍ଡ ମଧ୍ୟରୁ ୧୩ଟିରେ ଆଦୌ ହାତୀ ନାହାନ୍ତି। ଏପରି କି ଭୁବନେଶ୍ୱର ଉପକଣ୍ଠରେ ଥିବା ଚନ୍ଦକା ବନଖଣ୍ଡରେ ମାତ୍ର ଗୋଟିଏ ହାତୀ ଅଛି ବୋଲି ମନ୍ତ୍ରୀ ଦେଇଥିବା ତଥ୍ୟରେ ପ୍ରକାଶ ପାଇଛି। ହାତୀଙ୍କ ସୁରକ୍ଷା ପାଇଁ ସରକାରଙ୍କ ଦ୍ୱାରା ଅନେକ ପଦକ୍ଷେପ ନିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ବିଦ୍ୟୁତ୍‌ଜନିତ ହେଉଥିବା ହାତୀ ମୃତ୍ୟୁ ସଂଖ୍ୟାକୁ ରୋକିବା ଲାଗି ପର୍ଯ୍ୟାୟକ୍ରମେ ଶକ୍ତି ବିଭାଗ ସହିତ ମିଳିତ ବୈଠକ ହେଉଛି। ସେହିପରି ଦୁର୍ଘଟଣା ରୋକିବା ପାଇଁ ରେଳ ଓ ସଡ଼କ ପରିବହନ ବିଭାଗକୁ ସଚେତନ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି। ୧୪ଟି ହାତୀ କରିଡର୍‌ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ହାତୀ କରିଡର୍‌ ସହିତ ଅଭୟାରଣ୍ୟ ଓ ଜାତୀୟ ଉଦ୍ୟାନରେ ନୂଆ ପୋଖରୀ ଖୋଳାଯିବା ସହ ହାତୀଙ୍କ ଖାଦ୍ୟ ପାଇଁ ବୃକ୍ଷରୋପଣ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri