୩ ବର୍ଷରେ ୧୦୬ ହରିଣ ଶିକାର

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ହରିଣ ଶିକାର ଦ୍ରୁତ ଗତିରେ ବଢୁଛି। ଗତ ୩ ବର୍ଷ ମଧ୍ୟରେ ବିଭିନ୍ନ ପ୍ରଜାତିର ୧୦୬ ହରିଣଙ୍କୁ ଶିକାର କରାଯାଇଛି। ମଙ୍ଗଳବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ସେ କହିଛନ୍ତି ଯେ ୨୦୧୬-୧୭ ଏବଂ ୨୦୧୮-୧୯ରେ ୧୦୬ ହରିଣ ଶିକାର ହୋଇଛନ୍ତି। ୨୦୧୬-୧୭ରେ ୨୮ଟି ହରିଣଙ୍କୁ ମାରି ଦିଆଯାଇଥିବା ବେଳେ ୨୦୧୭-୧୮ରେ ୪୪ ଏବଂ ୨୦୧୮-୧୯ରେ ୩୪ଟି ହରିଣଙ୍କୁ ଶିକାର କରାଯାଇଛି। ଏହି ସମୟ ମଧ୍ୟରେ ୬ଟି କଲାରାପତରିଆ ବାଘ ଏବଂ ୬ଟି ହାତୀଙ୍କୁ ମଧ୍ୟ ଶିକାରୀ ମାରିଛନ୍ତି। ଶିକାରୀଙ୍କ କବଳରୁ ଜୀବଜନ୍ତୁଙ୍କୁ ରକ୍ଷା କରିବା ପାଇଁ ବିଭାଗ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି। ଜୀବଜନ୍ତୁ ସୁରକ୍ଷା ସ୍କ୍ବାର୍ଡ ଗଠନ କରାଯାଇ ୨୪ ଘଣ୍ଟା ନଜର ରଖାଯାଉଛି। ପଶୁଜନ୍ତୁଙ୍କୁ ଶିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ଅପରାଧ ଶାଖାରେ ଏକ ସେଲ ଖୋଲାଯାଇଛି। ଯେଉଁମାନେ ଶିକାରୀମାନଙ୍କ ବିଷୟରେ ଖବର ଦେବେ ସେମାନଙ୍କୁ ପୁରସ୍କୃତ କରିବା ବ୍ୟବସ୍ଥା ରହିିଛି ବୋଲି ବିଧାୟକ ମୋହନ ମାଝିଙ୍କ ତାରକା ପ୍ରଶ୍ନ (ନଂ-୬୨୬)ର ଉତ୍ତର ଦେଇ ମନ୍ତ୍ରୀ ଏହା କହିଛନ୍ତି। ସେହିପରି ମହେନ୍ଦ୍ରଗିରି ପର୍ବତକୁ ଜୈବମଣ୍ଡଳ ଘୋଷଣା ନିମନ୍ତେ ଏହାର ସାମାଜିକ ଓ ଅର୍ଥନୈତିକ ସର୍ଭେ କରିବା ପାଇଁ ଯୋଜନା ଚାଲିଛି। ସେହି ଅଞ୍ଚଳର ଜୈବ ବିବିଧତାକୁ ପୁଙ୍ଖାନୁପୁଙ୍ଖ ଭାବେ ଅଧ୍ୟୟନ କରିବାକୁ ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଏହାର ତଥ୍ୟ ଆସିନାହିଁ। ତଥ୍ୟ ମିଳିବାପରେ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ପ୍ରେରଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri