Posted inଜାତୀୟ

୩ ବର୍ଷର କାର୍ଯ୍ୟକାଳ: ନଡ୍ଡାଙ୍କ ଆଗରେ ଦକ୍ଷିଣ ଏବଂ ପୂର୍ବୋତ୍ତର ଅଗ୍ନି ପରୀକ୍ଷା

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଜେ.ପି. ନଡ୍ଡା ସୋମବାର କାର୍ଯ୍ୟ ଭାର ସମ୍ଭାଳିଛନ୍ତି। ସେ ଏହି ପଦରେ ଆସନ୍ତା ୨୦୨୩ ପର୍ଯ୍ୟନ୍ତ ରହିବେ। ନଡ୍ଡାଙ୍କ କାର୍ଯ୍ୟକ୍ଷେତ୍ର କେତେଦୂର ସଫଳ ରହିବ ସେନେଇ ଏବେ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ପୂର୍ବ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଭାଜପାକୁ ଯେଉଁ ଶିଖରରେ ଆଣି ପହଞ୍ଚାଇଛନ୍ତି ତାହାକୁ ବଞ୍ଚାଇ ରଖିବା ନଡ୍ଡାଙ୍କ ପାଇଁ ଆହ୍ବାନ ମୂଳକ ହେବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଭବିଷ୍ୟତ କାର୍ଯ୍ୟ ପନ୍ଥା ମଧ୍ୟରେ ଦକ୍ଷିଣ ରାଜ୍ୟରେ ପଦ୍ମ ଫୁଟାଇବା ଏବଂ ପୂର୍ବୋତ୍ତର ରାଜ୍ୟଗୁଡ଼ିକରେ ଭାଜପାର ସାମ୍ପ୍ରତିକ ସ୍ଥିତିକୁ ବଜାୟ ରଖିବା ନଡ୍ଡାଙ୍କ ଲାଗି ଅଗ୍ନି ପରୀକ୍ଷା ସଦୃଶ ହେବ ବୋଲି ଅନୁମାନ କରାଯାଉଛି। ଇତିମଧ୍ୟରେ ଶାହଙ୍କ ନେତୃତ୍ୱରେ ନଡ୍ଡା କାର୍ଯ୍ୟ ନିର୍ବାହୀ ଅଧ୍ୟକ୍ଷ ଭାବେ ୮ ମାସ କାର୍ଯ୍ୟ କରିଛନ୍ତି। ଏହି ସମୟରେ ହାସଲ କରିଥିବା ଅଭିଜ୍ଞତା ବର୍ତ୍ତମାନର ପୂର୍ଣ୍ଣକାଳୀନ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାର ଗ୍ରହଣ ପରେ କେତେ ଦୂର ସହାୟକ ହେବ ସେ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ମଧ୍ୟ ଆରମ୍ଭ ହୋଇଛି। ନଡ୍ଡାଙ୍କ ସମୟରେ ବିହାର, ପଶ୍ଚିମବଙ୍ଗ, ତାମିଲନାଡୁ, ଉତ୍ତରପ୍ରଦେଶ, ପଞ୍ଜାବ ଏବଂ ପୂର୍ବୋତ୍ତର ରାଜ୍ୟରେ ବିଧାନସଭା ଅନୁଷ୍ଠିତ ହେବ। ଏସବୁ ନିର୍ବାଚନ ନଡ୍ଡାଙ୍କ ଦକ୍ଷତାକୁ ପ୍ରମାଣିତ କରାଇବାର ଏକ ମାଧ୍ୟମ ପାଲଟିବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ଭାରତର ଭାଗ୍ୟ ଉଜ୍ୱଳ! ମିଳିଗଲା LPG ସଙ୍କଟକୁ ମୁକାବିଲା କରିବାର ସୂତ୍ର

ନୂଆଦିଲ୍ଲୀ,୧୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ କେବଳ ଭାରତକୁ ନୁହେଁ ବରଂ ବିଶ୍ୱବ୍ୟାପୀ ଅନେକ ଦେଶକୁ ଗ୍ୟାସ ସଙ୍କଟରେ ପକାଇଛି। ତଥାପି, ବିଶ୍ୱ ବଜାରରେ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri