୩ ବର୍ଷ ଧରି ସିସିଏଙ୍କୁ ମିଳୁନାହିଁ ଦରମା

ଫୁଲବାଣୀ ଅଫିସ, ୧୧ା୭-କନ୍ଧମାଳ ଜିଲାରେ ବିଭିନ୍ନ ସେବାଶ୍ରେମ/ଆଶ୍ରମ ବିଦ୍ୟାଳୟରେ ସିସିଏ(କୁକ୍‌ କମ୍‌ ଆଟେଣ୍ଡାଣ୍ଟ)ଙ୍କୁ ଦରମା ମିଳୁ ନାହିଁ। ତୁମୁଡ଼ିବନ୍ଧ ବ୍ଲକ ଭାଲିଆପାଣି ସେବାଶ୍ରମ ବିଦ୍ୟାଳୟର ସିସିଏମାନେ ଆସି ଜିଲାପାଳଙ୍କୁ ଏନେଇ ଅଭିଯୋଗ କରିଛନ୍ତି। ୨୦୧୬ ଜୁଲାଇ ୧ରେ ବିଦ୍ୟାଳୟ ପରିଚାଳନା କମିଟି ଦ୍ୱାରା ଏକ ବୈଠକ କରି ରେଜୁଲେଶନ ମାଧ୍ୟମରେ ନିରନ୍ତି ମାଝୀ ଓ ତରୁଲତା ମାଝୀଙ୍କୁ ସିସିଏରେ ନିଯୁକ୍ତି ଦିଆଯାଇଥିଲା। ଆଜିପର୍ଯ୍ୟନ୍ତ ସେମାନଙ୍କୁ ନିଯୁକ୍ତି ପତ୍ର ଓ ଦରମା ମିଳିନାହିଁ। ଜିଲାର ବିଭିନ୍ନ ସ୍କୁଲରେ ୩୫ ଜଣ ସିସିଏ ଏହିଭଳି ଦୀର୍ଘଦିନ ଧରି ବିନା ପାରିଶ୍ରମିକରେ ଖଟୁଛନ୍ତି। ଏ ନେଇ କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨୦୧୭ରେ ରାଜ୍ୟ ଏସ୍‌ସି ଏସ୍‌ଟି ଉନ୍ନୟନ ବିଭାଗକୁ ଚିଠି କରାଯାଇଥିଲା। କିନ୍ତୁ କୌଣଶି ପଦକ୍ଷେପ ନିଆ ଯାଇନାହିଁ। ଏଣୁ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସିସିଏମାନେ ଦାବି କରିଛନ୍ତି। ଏ ନେଇ ଜିଲା ମଙ୍ଗଳ ଅଧିକାରୀ ଶେଷଦେବ ବେହେରାଙ୍କୁ ପଚାରିବାରୁ ମୁଁ ନୂତନ ଭାବେ ଯୋଗ ଦେଇଛି, ଏ ବିଷୟରେ ବିଭାଗୀୟ ଉଚ୍ଚ ଅଧିକାରୀଙ୍କୁ ଜଣାଇ ଖୁବ୍‌ଶୀଘ୍ର ସମାଧାନ କରିବି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri