୩ ବର୍ଷ ପରେ କୁଳଭୂଷଣଙ୍କୁ ମିଳିଲା କନ୍‌ସୁଲାର ଆକ୍ସେସ: ସାକ୍ଷାତ୍‌କାର କଲେ ଡେପୁଟି ହାଇ କମିଶନର

ଇସ୍‌ଲାମାବାଦ,୨।୯: ପାକିସ୍ତାନରେ ବନ୍ଦୀ ଥିବା ଭାରତୀୟ କୁଳଭୂଷଣ ଯାଦବଙ୍କୁ ୩ ବର୍ଷ ପରେ କନ୍‌ସୁଲାର ଆକ୍ସେସ ମିଳିଛି। ସୋମବାର ଭାରତୀୟ ଡେପୁଟି ହାଇ କମିଶନର ଗୌରବ ଆଲୁଓ୍ବାଲିଆ କୁଳଭୂଷଣଙ୍କୁ ଭେଟିଛନ୍ତି। ହେଲେ ପାକିସ୍ତାନ ନିଜ ମନ୍ଦ ବୁଦ୍ଧିର ପରିଚୟ ଦେଇ ସାକ୍ଷାତ୍‌କାରର ସ୍ଥାନକୁ ପରିବର୍ତ୍ତନ କରିଦେଇଛି। ଏହା ପୂର୍ବରୁ କୁଳଭୂଷଣଙ୍କ ସହ ଗୌରବଙ୍କ ସାକ୍ଷାତକାର ପାଇଁ ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ମୁଖ୍ୟ କାର୍ଯ୍ୟାଳୟକୁ ଚୟନ କରାଯାଇଥିଲା। ହେଲେ ପରେ ଏହାକୁ ପରିବର୍ତ୍ତନ କରାଯାଇ କୌଣସି ଏକ ଅଜ୍ଞାତ ସ୍ଥାନରେ ସେମାନଙ୍କର ସାକ୍ଷାତ୍‌କାର କରାଯାଇଥିବା ନେଇ ସୂଚନା ମିଳିଛି। ଆଉ ଏହି ସାକ୍ଷାତ୍‌କାର ପାଇଁ ମାତ୍ର ୨ଘଣ୍ଟାର ସମୟ ଦିଆଯାଇଛି। ଆଇସିଜେ ଆଦେଶ ଅନୁସାରେ ପାକିସ୍ତାନ ଏହି ସାକ୍ଷାତ୍‌କାର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି କରିଥିବ ବୋଲି ଆଶା କରାଯାଉଛି। ସୂଚନାଯୋଗ୍ୟ, ଜୁଲାଇ ୧୭ରେ ଆଇସିଜେ ଶୁଣାଇ ଥିବା ରାୟ ଅନୁସାରେ ରବିବାର ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଯାଦବଙ୍କୁ କନ୍‌ସୁଲାର ଆକ୍ସେସ ଦିଆଯିବା ନେଇ ଭାରତକୁ ଅନୁମତି ଦେଇଥିଲେ। ୨୦୧୬ରେ ପାକିସ୍ତାନ ପକ୍ଷରୁ କୁଳଭୂଷଣଙ୍କୁ ଗିରଫ କରାଯିବା ପରେ ପ୍ରଥମ ଥର ପାଇଁ ତାଙ୍କୁ କନ୍‌ସୁଲାର ଆକ୍ସେସ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri