Posted inଖେଳ

୩ ବର୍ଷ ପରେ ସେରେନା ଜିତିଲେ ଟାଇଟଲ

ଅକଲାଣ୍ଡ,୧୨।୧(ଏଏଫ୍‌ପି)- ଆମେରିକୀୟ ଅଭିଜ୍ଞ ମହିଳା ଟେନିସ ତାରକା ସେରେନା ଓ୍ବିଲିୟମ୍ସ ଦୀର୍ଘ ୩ ବର୍ଷ ପରେ କୌଣସି ଟାଇଟଲ ଜିତିବାକୁ ସକ୍ଷମ ହୋଇଛନ୍ତି। ଏଠାରେ ଅନୁଷ୍ଠିତ ଡବ୍ଲ୍ୟୁଟିଏ ଅକ୍‌ଲାଣ୍ଡ କ୍ଲାସିକ୍‌ ଟୁର୍ନାମେଣ୍ଟରେ ସେ ରବିବାର ଫାଇନାଲ ମ୍ୟାଚ୍‌ରେ ନିଜ ଦେଶର ଜେସିକା ପେଗୁଲାଙ୍କୁ ୬-୩, ୬-୪ ସେଟରେ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି। ବିଜୟ ହାସଲ କରିବା ପରେ ସେ ତାଙ୍କ ପୁରସ୍କାର ରାଶି (୪୩ ହଜାର ଆମେରିକୀୟ ଡଲାର)କୁ ଅଷ୍ଟ୍ରେଲିଆର ଜଙ୍ଗଲ୍‌ରେ ନିଆଁ ଲାଗିବା କାରଣରୁ କ୍ଷତିଗ୍ରସ୍ତ ଲୋକଙ୍କୁ ପ୍ରଦାନ କରିଥିଲେ। ଏଥିସହି ମା’ ହେବା ପରେ ସେରେନା ପ୍ରଥମ ଟାଇଟଲ ଜିତିଛନ୍ତି।
ଆଉ କିଛି ଦିନ ପରେ ଆରମ୍ଭ ହେବାକୁ ଥିବା ଅଷ୍ଟ୍ରେଲିଆନ ଓପନ୍‌ ଟାଇଟଲରେ ସଫଳ ହେଲେ ସେରେନା କିମ୍ବଦନ୍ତୀ ଖେଳାଳି ମାର୍ଗାରେଟ କୋର୍ଟଙ୍କ ୨୪ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ ରେକର୍ଡର ସମକକ୍ଷ ହେବେ। ଶେଷଥର ପାଇଁ ସେ ୨୦୧୭ରେ ମେଲବୋର୍ନରେ ଟାଇଟଲ ଜିତିଥିଲେ। ୧୯୯୯ରେ ପ୍ରଥମ ସେ କ୍ୟାରିୟର ପ୍ରଥମ ଟାଇଟଲ ଜିତିଥିଲେ। ସେରେନା ଏପର୍ଯ୍ୟନ୍ତ କ୍ୟାରିୟରରେ ୭୩ଟି ଡବ୍ଲ୍‌ୟଟିଏ ଟାଇଟଲ ଜିତିଛନ୍ତି। ଦୀର୍ଘଦିନ ପରେ ଟାଇଟଲ ଜିତିଥିବାରୁ ସେରେନା ଖୁସି ଜାହିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?