୩ ମାସ ପରେ ମାଟିତଳୁ କଢ଼ାଗଲା ସ୍ବାମୀଙ୍କ ଶବ: ସ୍ତ୍ରୀ ଆଣିଲେ ହତ୍ୟା ଅଭିଯୋଗ

ବରଗଡ଼ ଅଫିସ୍‌/ପଦ୍ମପୁର,୧୮।୭(ଡି.ଏନ.ଏ)
ମୃତ୍ୟୁ ପରେ ପାରମ୍ପରିକ ରୀତିନୀତିରେ ଶବ ସଂସ୍କାର କରାଯାଇଥିଲା । ଶବକୁ ଚାରିକାନ୍ଧ ଦେଇ ଶ୍ମଶାନରେ ମାଟି ଖୋଳି ପୋତି ଯାଇଥିଲା । ମାତ୍ର ଘଟଣାର ୩ ମାସ ପରେ ଅର୍ଥାତ୍‌ ଗୁରୁବାର ମୃତକଙ୍କ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ମଦରେ ବିଷ ଦେଇ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାଟିତଳୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ କରାଇଛି । ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ଅମାମୁଣ୍ଡା ଗ୍ରାମରେ ଏହି ଘଟଣା ଘଟିଛି ।
ସୂଚନା ଅନୁସାରେ, ଗତ ଏପ୍ରିଲ ୧୭ତାରିଖରେ ଏହି ଗ୍ରାମର ଉଦୟ ତାଣ୍ଡି(୬୦) ଝାଡ଼ାବାନ୍ତି ହୋଇ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିଲେ । ତାଙ୍କୁ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ମାତ୍ର ପରଦିନ ଅର୍ଥାତ୍‌ ୧୮ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ପରିବାର ଲୋକେ ବିଧିମତେ ମୃତଦେହ ମାଟିତଳେ ପୋତି ସଂସ୍କାର କରିଥିଲେ । ଘଟଣାର କିଛିଦିନ ପରେ ଗ୍ରାମର ଜଣେ ଯୁବକ ମୃତକଙ୍କ ଘରକୁ ଆସି ଉଦୟଙ୍କୁ ବିଷ ମିଶ୍ରିତ ମଦ ପିଆଇ ମାରି ଦିଆଯାଇଥିବା କହିବା ସହିତ ସେଥିରେ ସମ୍ପୃକ୍ତ ଲୋକଙ୍କ ନାମ ପ୍ରକାଶ କରିଥିଲେ । ଘଟଣାଟି ପ୍ରଘଟ ହେବା ପରେ ଗ୍ରାମରେ ଏକ ସଭା ହୋଇଥିଲା ଏବଂ ସଭାର ନିଷ୍ପତ୍ତିକ୍ରମେ ମୃତ ଉଦୟଙ୍କ ସ୍ତ୍ରୀ ଇଲା ମେଲଛାମୁଣ୍ଡା ଥାନାରେ ଏତଲା ଦେଇଥିଲେ । ଏହାପରେ ମେଲଛାମୁଣ୍ଡା ଥାନା ପୋଲିସ ଏକ ମାମଲା(ନଂ.୯୧/୧୯) ରୁଜୁ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । ଏ ନେଇ ମୃତକଙ୍କ ସ୍ତ୍ରୀ ଇଲା କହିଛନ୍ତି, ଘଟଣା ପ୍ରଘଟ ହେବା ପରେ ଭୟଭୀତ ହୋଇ ପରିବାର ଲୋକେ ଥାନାରେ ଏତଲା ଦେଉ ନ ଥିଲେ । ମାତ୍ର ତାଙ୍କ ସ୍ବାମୀଙ୍କୁ ବିଷ ଦେଇ ହତ୍ୟା କରାଯାଇଥିବାରୁ ସେ ନିଜେ ଥାନାକୁ ଆସି ଏତଲା ଦେଇଥିବା କହିଥିଲେ । ସେହିପରି ପୂର୍ବ ଶତ୍ରୁତା ଯୋଗୁ ତାଙ୍କ ବାପାଙ୍କୁ ଯୋଜନାବଦ୍ଧ ଭାବେ ବିଷ ଦେଇ ହତ୍ୟା କରାଯାଇଛି ବୋଲି ମୃତକଙ୍କ ପୁଅ ଜିତ୍‌ ଅଭିଯୋଗ କରିଛନ୍ତି । ଏ ନେଇ ଅଧିକ ତଦନ୍ତ ଚାଲିଛି ବୋଲି ପଦ୍ମପୁର ଏସ୍‌ଡ଼ିପିଓ ପ୍ରଦୀପ କୁମାର ସାହୁ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri