୩ ମାସ ପରେ ମାଟିତଳୁ କଢ଼ାଗଲା ସ୍ବାମୀଙ୍କ ଶବ: ସ୍ତ୍ରୀ ଆଣିଲେ ହତ୍ୟା ଅଭିଯୋଗ

ବରଗଡ଼ ଅଫିସ୍‌/ପଦ୍ମପୁର,୧୮।୭(ଡି.ଏନ.ଏ)
ମୃତ୍ୟୁ ପରେ ପାରମ୍ପରିକ ରୀତିନୀତିରେ ଶବ ସଂସ୍କାର କରାଯାଇଥିଲା । ଶବକୁ ଚାରିକାନ୍ଧ ଦେଇ ଶ୍ମଶାନରେ ମାଟି ଖୋଳି ପୋତି ଯାଇଥିଲା । ମାତ୍ର ଘଟଣାର ୩ ମାସ ପରେ ଅର୍ଥାତ୍‌ ଗୁରୁବାର ମୃତକଙ୍କ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ମଦରେ ବିଷ ଦେଇ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାଟିତଳୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ କରାଇଛି । ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ଅମାମୁଣ୍ଡା ଗ୍ରାମରେ ଏହି ଘଟଣା ଘଟିଛି ।
ସୂଚନା ଅନୁସାରେ, ଗତ ଏପ୍ରିଲ ୧୭ତାରିଖରେ ଏହି ଗ୍ରାମର ଉଦୟ ତାଣ୍ଡି(୬୦) ଝାଡ଼ାବାନ୍ତି ହୋଇ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିଲେ । ତାଙ୍କୁ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ମାତ୍ର ପରଦିନ ଅର୍ଥାତ୍‌ ୧୮ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ପରିବାର ଲୋକେ ବିଧିମତେ ମୃତଦେହ ମାଟିତଳେ ପୋତି ସଂସ୍କାର କରିଥିଲେ । ଘଟଣାର କିଛିଦିନ ପରେ ଗ୍ରାମର ଜଣେ ଯୁବକ ମୃତକଙ୍କ ଘରକୁ ଆସି ଉଦୟଙ୍କୁ ବିଷ ମିଶ୍ରିତ ମଦ ପିଆଇ ମାରି ଦିଆଯାଇଥିବା କହିବା ସହିତ ସେଥିରେ ସମ୍ପୃକ୍ତ ଲୋକଙ୍କ ନାମ ପ୍ରକାଶ କରିଥିଲେ । ଘଟଣାଟି ପ୍ରଘଟ ହେବା ପରେ ଗ୍ରାମରେ ଏକ ସଭା ହୋଇଥିଲା ଏବଂ ସଭାର ନିଷ୍ପତ୍ତିକ୍ରମେ ମୃତ ଉଦୟଙ୍କ ସ୍ତ୍ରୀ ଇଲା ମେଲଛାମୁଣ୍ଡା ଥାନାରେ ଏତଲା ଦେଇଥିଲେ । ଏହାପରେ ମେଲଛାମୁଣ୍ଡା ଥାନା ପୋଲିସ ଏକ ମାମଲା(ନଂ.୯୧/୧୯) ରୁଜୁ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । ଏ ନେଇ ମୃତକଙ୍କ ସ୍ତ୍ରୀ ଇଲା କହିଛନ୍ତି, ଘଟଣା ପ୍ରଘଟ ହେବା ପରେ ଭୟଭୀତ ହୋଇ ପରିବାର ଲୋକେ ଥାନାରେ ଏତଲା ଦେଉ ନ ଥିଲେ । ମାତ୍ର ତାଙ୍କ ସ୍ବାମୀଙ୍କୁ ବିଷ ଦେଇ ହତ୍ୟା କରାଯାଇଥିବାରୁ ସେ ନିଜେ ଥାନାକୁ ଆସି ଏତଲା ଦେଇଥିବା କହିଥିଲେ । ସେହିପରି ପୂର୍ବ ଶତ୍ରୁତା ଯୋଗୁ ତାଙ୍କ ବାପାଙ୍କୁ ଯୋଜନାବଦ୍ଧ ଭାବେ ବିଷ ଦେଇ ହତ୍ୟା କରାଯାଇଛି ବୋଲି ମୃତକଙ୍କ ପୁଅ ଜିତ୍‌ ଅଭିଯୋଗ କରିଛନ୍ତି । ଏ ନେଇ ଅଧିକ ତଦନ୍ତ ଚାଲିଛି ବୋଲି ପଦ୍ମପୁର ଏସ୍‌ଡ଼ିପିଓ ପ୍ରଦୀପ କୁମାର ସାହୁ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri