Posted inଖେଳ

୩ ମାସ ପରେ ଲା ଲିଗାର ପ୍ରତ୍ୟାବର୍ତ୍ତନ: ରିୟଲ ବେଟିସ୍‌କୁ ହରାଇଲା ସେବିଲା

ମାଡ୍ରିଡ,୧୨।୬: ଦୀର୍ଘ ୩ ମାସ ପରେ ସ୍ପାନିଶ ଫୁଟବଲ ଲିଗ୍‌ ଗୁରବାର ପ୍ରତ୍ୟାବର୍ତ୍ତନ କରିଛି। ପ୍ରତ୍ୟାବର୍ତ୍ତନର ପ୍ରଥମ ମ୍ୟାଚ୍‌ରେ ସେବିଲା ତା’ର ସ୍ଥାନୀୟ ପ୍ରତିଦ୍ୱନ୍ଦ୍ୱୀ ରିୟଲ ବେଟିସ୍‌କୁ ୨-୦ ଗୋଲରେ ପରାସ୍ତ କରିଛି। କୋଡିଡ-୧୯ କାରଣରୁ ମାର୍ଚ୍ଚ ମାସରୁ ସ୍ଥଗିତ ରହିଥିଲା। ଏହାପୂର୍ବରୁ ଜର୍ମାନୀର ଜଣାଶୁଣା ଫୁଟବଲ ଲିଗ୍ନ ବଣ୍ଡେସ୍‌ଲିଗା ମଧ୍ୟ ଆରମ୍ଭ ହୋଇଛି। ଏହାପରେ ଇଂଲଣ୍ଡର ପ୍ରିମିୟର ଲିଗ୍‌ ଓ ଇଟାଲୀଆନ୍‌ ଲିଗ୍‌କୁ ଆରମ୍ଭ କରିବାକୁ ପ୍ରସ୍ତୁତି ଜାରି ରହିଛି।
ସେବିଲା ଓ ରିୟଲ ବେଟିସ୍‌ ମଧ୍ୟରେ ଖେଳାଳଯାଇଥିବା ମ୍ୟାଚ୍‌ରେ ସରକାରଙ୍କ ସବୁ ନିର୍ଦ୍ଦେଶନାମାକୁ ପାଳନ କରାଯାଇଥିଲା। ସୁରକ୍ଷା ଓ ସ୍ବାସ୍ଥ୍ୟଗତ ଦୃଷ୍ଟିକୋଣରୁ ସବୁ ପଦକ୍ଷେପ ଗ୍ରହଣ କରାଯାଇଥିଲା। ମ୍ୟାଚ୍‌ର ୫୬ତମ ମିନିଟ୍‌ରେ ସେବିଲା ତଫରୁ ଲୁକାସ ଓକାମ୍ପୋସ ପେନାଲ୍ଟି ଜରିଆରେ ପ୍ରଥମ ଗୋଲ ସ୍କୋର କରିଥିଲେ। ସେହିପରି ୬୨ତମ ମିନିଟ୍‌ରେ ଫର୍ଣ୍ଣାଣ୍ଡୋ ଗୋଲ ଦେଇ ସେବିଲାକୁ ୨-୦ରେ ଅଗ୍ରଣୀ କରାଇଥିଲେ। ଅନ୍ୟପଟେ ରିୟଲ ବେଟିସ୍‌ ତରଫରୁ ଗୋଟିଏ ହେଲେ ବି ଗୋଲ ସ୍କୋର କରାଯାଇ ନ ଥିଲା। ସେବିଲା ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ୪୩,୦୦୦ କ୍ଷମତା ବିଶିଷ୍ଟ ରାମୋନ ସାଞ୍ଚେଜ୍‌ ପିଜଜୁଆନ୍‌ ଷ୍ଟାଡିୟମରେ ଦର୍ଶକ ଅନୁପସ୍ଥିତ ଥିଲେ। ତେବେ ଟେଲିଭିଜନ୍‌ରେ ଦର୍ଶକ ଏହି ମ୍ୟାଚ୍‌କୁ ଉପଭୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri