୩ ମାସ ହେବ ଦରମା ଦେଇନି ଠିକାସଂସ୍ଥା: ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ ପଡ଼ିଲା ତାଲା

ବଇଣ୍ଡା,୨୦।୧୨(ଡି.ଏନ.ଏ.)-ରାସ୍ତାରେ ଯାଉଥିବା ବାଟୋଇଙ୍କୁ ମାଗଣାରେ ବିଶ୍ରାମ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକର ମୁଖ୍ୟରାସ୍ତା ପାର୍ଶ୍ୱରେ ପଥପ୍ରାନ୍ତ ସୁବିଧା କେନ୍ଦ୍ର ସ୍ଥାପନ କରିଛନ୍ତି। ହେଲେ ଅନୁଗୋଳ ଜିଲା କିଶୋରନଗର ବ୍ଲକ ନାକିଚିଠାରେ ଥିବା ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ ନିୟୋଜିତ କର୍ମଚାରୀଙ୍କୁ ୩ ମାସ ହେବ ଦରମା ଦିଆଯାଇ ନ ଥିବା ଯୋଗୁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। ଏପରି କି ସମ୍ପୃକ୍ତ କର୍ମଚାରୀମାନେ ସୋମବାରଠାରୁ କେନ୍ଦ୍ରରେ ତାଲା ପକାଇ ଧର୍ମଘଟରେ ବସିଛନ୍ତି। ଫଳରେ ପଥଯାତ୍ରୀ ଓ ନାକିଚି ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ଘଟଣାରୁ ଜଣାପଡ଼ିଛି, ପୂର୍ତ୍ତ ବିଭାଗ ଅଧୀନରେ ଏହି ପଥପ୍ରାନ୍ତ ସୁବିଧା କେନ୍ଦ୍ର ରହିଛି। ଏଠାରେ ୧୩ ଜଣ କର୍ମଚାରୀ ବିଭିନ୍ନ ଦାୟିତ୍ୱ ପାଇଁ ନିଯୁକ୍ତି ହୋଇଛନ୍ତି। ୫୫ନଂ. ଜାତୀୟ ରାଜପଥ ଦେଇଯାଉଥିବା ପଥଯାତ୍ରୀଙ୍କୁ ଏଠାରେ ମାଗଣାରେ ଜଳପାନ, ଶୌଚାଳୟ, ପାର୍କିଂ, ଶିଶୁ ଉଦ୍ୟାନ, ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯାଇଥାଏ। ହେଲେ ନିଯୁକ୍ତି ହୋଇଥିବା ୧୩ ଜଣ କର୍ମଚାରୀଙ୍କୁ ସେପ୍ଟେମ୍ବର ୨୦୧୯ ମାସଠାରୁ ଦରମା ଦିଆଯାଇ ନାହିଁ। ଏକ ଘରୋଇ ଠିକାସଂସ୍ଥା ପକ୍ଷରୁ ଏମାନଙ୍କୁ ନିଯୁକ୍ତି କରାଯାଇଥିବାବେଳେ ଦରମା ଦିଆଯାଉ ନ ଥିବାରୁ ପରିବାର ଚଳିବାରେ କଷ୍ଟକର ହେଉଥିବା କର୍ମଚାରୀମାନେ ପ୍ରକାଶ କରିଛନ୍ତି। ତୁରନ୍ତ ଏଥିପ୍ରତି ଜିଲାପାଳ ଦୃଷ୍ଟି ଦେଇ କର୍ମଚାରୀଙ୍କୁ ଦରମା ପ୍ରଦାନର ବ୍ୟବସ୍ଥା କରିବାକୁ ଦାବି ହୋଇଛି। ଏ ନେଇ ପୂର୍ତ୍ତ ବିଭାଗ କନିଷ୍ଟ ଯନ୍ତ୍ରୀ ହିମାଂଶୁ ମହାଳିକ କହିଛନ୍ତି, ପଥପ୍ରାନ୍ତ ସୁବିଧାକେନ୍ଦ୍ରର କର୍ମଚାରୀମାନଙ୍କୁ ଏକ ଠିକାସଂସ୍ଥା ନିଯୁକ୍ତ କରିଛି। ଉକ୍ତ ଠିକା ସଂସ୍ଥା ପୂର୍ତ୍ତ ବିଭାଗରୁ ପ୍ରତ୍ୟେକ ମାସରେ ବିଲ୍‌ ନେଇଯାଉଛି। କ’ଣ ପାଇଁ କର୍ମଚାରୀଙ୍କୁ ଦରମା ଯୋଗାଇ ଦିଆଯାଉନି ସେ ସମ୍ପର୍କରେ ଅନୁଧ୍ୟାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri