୩ ରଥର ୩୩ କଣଗୁଜ ସରିଲା

ପୁରୀ ଅଫିସ, ୧୧।୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ରଥ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ମହାରଣା, ରୂପକାର, ଭୋଇ, କମାର ଓ କରତି ସେବକମାନେ କାମରେ ବ୍ୟସ୍ତ ରହିଛନ୍ତି। ଶ୍ରୀକ୍ଷେତ୍ର ଭଉଁରିରେ ୩ଟି ରଥର ଦୁଇଟି ଲେଖାଏଁ ଚକ ଅଖ ଡେରା ନୀତି ସମ୍ପନ୍ନ ହେବା ପରେ ଚକ ତିଆରି ଆରମ୍ଭ ହୋଇଥିଲା। ଇତିମଧ୍ୟରେ ମୋଟ ୪୨ଟି ଚକ ତିଆରି ସରିଛି। ରଥଖଳା ବାହାରେ ଦଣ୍ଡାହଣା କାମ ଚାଲିଛି। ମଙ୍ଗଳବାର ୩ଟି ରଥର ଆଉ ଦୁଇଟି ଲେଖାଏଁ ଚକ ଅଖ ଡେରା ହେବ। ଏ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି ବୋଲି ନନ୍ଦିଘୋଷ ରଥର ମୁଖ୍ୟ ବିଶ୍ୱକର୍ମା ବିଜୟ ମହାପାତ୍ର କହିଛନ୍ତି। ସେପଟେ ରଥଖଳାରେ ଗରାଗରା ତିଆରି ଚାଲିଛି। ରୂପକାରମାନେ ଖୋଦେଇ କରୁଛନ୍ତି। ସୋମବାର ସୁଦ୍ଧା ୩ଟି ରଥର ୩୩ଟି କଣଗୁଜ ସରିଛି। ଆସନ୍ତା ସପ୍ତାହକ ମଧ୍ୟରେ କଣଗୁଜ କାମ ଶେଷ ହୋଇଯିବ ବୋଲି ନନ୍ଦିଘୋଷ ରଥ ରୂପକାର ସେବକ ରାଜେନ୍ଦ୍ର ମହାପାତ୍ର କହିଛନ୍ତି। ଏହାପରେ ସିଂହାସନ, ନାଟ ଗୋଟ ଏବଂ ପରଭା କାମ ଆରମ୍ଭ ହେବ। ଦୋଳବେଦି କୋଣରେ କମାର ସେବକମାନେ ଲୁହାକଣ୍ଟା ତିଆରି ଏବଂ କରତି ସେବକମାନେ ଗୟଲ କାଠ ଚିରଟରେ ବ୍ୟସ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri