୩ ରେଳ ଷ୍ଟେଶନରେ ହେବ ବାୟୋଗ୍ୟାସ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ବର୍ଜ୍ୟ ପରିଚାଳନା ପାଇଁ ପୁରୀ, କଟକ ଓ ଭୁବନେଶ୍ୱର ରେଳ ଷ୍ଟେଶନରେ ବାୟୋଗ୍ୟାସ୍‌ ପ୍ଲାଣ୍ଟ ସ୍ଥାପନ ହେବ। ଷ୍ଟେଶନରୁ ବାହାରୁଥିବା କଠିନ ବର୍ଜ୍ୟବସ୍ତୁକୁ ପ୍ରକ୍ରିୟାକରଣ କରି ତାହାକୁ ବ୍ୟବହାରଯୋଗ୍ୟ କରାଯିବ। ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କ ପ୍ରଶ୍ନରେ ରେଳମନ୍ତ୍ରୀ ପୀୟୂଷ ଗୋୟଲ ରାଜ୍ୟସଭାରେ ଏହି ଉତ୍ତର ରଖିଛନ୍ତି। ଏହି ୩ ଷ୍ଟେଶନ ବ୍ୟତୀତ ରାଜ୍ୟର ଅନ୍ୟ ପ୍ରମୁଖ ରେଳ ଷ୍ଟେଶନରେ ମଧ୍ୟ ବାୟୋଗ୍ୟାସ୍‌ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ଯୋଜନା ରହିଛି ବୋଲି ପୀୟୂଷ କହିଛନ୍ତି।
ଓଡ଼ିଶାର ପ୍ରମୁଖ ରେଳ ଷ୍ଟେଶନରେ ବର୍ଜ୍ୟ ପରିଚାଳନା ପାଇଁ କ’ଣ ପଦକ୍ଷେପ ନିଆଯାଇଛି ବୋଲି ସସ୍ମିତ୍‌ ପ୍ରଶ୍ନ କରିଥିଲେ। ଉତ୍ତର ରଖି ରେଳମନ୍ତ୍ରୀ ପିୟୂଷ କହିଥିଲେ, ଭୁବନେଶ୍ୱର ଓ ପୁରୀ ଷ୍ଟେଶନରେ ଦୁଇଟି ଓ୍ବାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ କାର୍ଯ୍ୟ କରୁଛି। ଟ୍ରେନ୍‌ ଧୂଆଁରୁ ନିର୍ଗତ ଜଳକୁ ପ୍ରକ୍ରିୟାକରଣ କରାଯାଇ ଏହାକୁ ପୁନଃ ବ୍ୟବହାରଯୋଗ୍ୟ କରାଯାଉଛି। ସେହିପରି ଖୋର୍ଦ୍ଧାରୋଡ଼ ରେଳ ଷ୍ଟେଶନରେ ଏକ ସ୍ବେରେଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ପ୍ରତିଷ୍ଠା କରାଯାଇଥିବାବେଳେ ସମ୍ବଲପୁର ଷ୍ଟେଶନରେ ପ୍ଲାଣ୍ଟ୍‌ ନିର୍ମାଣ ଚାଲିଛି। ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଷ୍ଟେଶନଗୁଡ଼ିକରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ବିଭିନ୍ନ ଘରୋଇ ସଂସ୍ଥାକୁ ଦାୟିତ୍ୱ ଦେବାକୁ ଯୋଜନା କରାଯାଉଛି। ଉକ୍ତ ଘରୋଇ ସଂସ୍ଥା ଷ୍ଟେଶନରୁ କଠିନ ବର୍ଜ୍ୟବସ୍ତୁ କିଣି ଏହାକୁ ପ୍ରକ୍ରିୟାକରଣ କରି ବ୍ୟବହାରଯୋଗ୍ୟ କରିବେ କିମ୍ବା ଏଥିରୁ ଶକ୍ତି ଉତ୍ପାଦନ କରିବେ। ପ୍ଲାଷ୍ଟିକ ବର୍ଜ୍ୟ ପରିଚାଳନା ପାଇଁ ବଟଲ କ୍ରସିଂ ମେଶିନ ବ୍ୟବହାର କରାଯାଉଛି ଓ ୫୦ ମାଇକ୍ରୋନରୁ କମ୍‌ ପ୍ଲାଷ୍ଟିକ ବ୍ୟବହାର ନିଷିଦ୍ଧ କରାଯାଇଛି। ପୁରୀ, କଟକ, ସମ୍ବଲପୁର ଓ ଭୁବନେଶ୍ୱର ରେଳ ଷ୍ଟେଶନରେ ପ୍ଲାଷ୍ଟିକ କ୍ରସିଂ ମେଶିନ ଲଗାଯାଇଛି ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri