୩ ଲୁଟେରା ଗିରଫ

ଢେଙ୍କାନାଳ ଅଫିସ, ୩୦।୮-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ନିକଟ ଓଭରବ୍ରିଜ୍‌ରୁ ଟ୍ରକ୍‌ ଚାଳକଙ୍କଠାରୁ ଆକ୍ରମଣ କରି ଲୁଟ୍‌ ମାମଲାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପରଜଙ୍ଗ ଥାନା ଲୋଧଣି ଗ୍ରାମର ଅନିଲ ନାଏକ (୧୯), ପରଜଙ୍ଗ ଥାନା ଦଦରାଘାଟି ୩ନଂ. କଲୋନୀର ସୁନୀଲ ନାଏକ (୨୦) ଏବଂ ଅନୁଗୋଳ ଜିଲା ତାଳଚେର ଥାନା କୁକୁଡୁଲା ଅଞ୍ଚଳର ଚନ୍ଦନ ନାଏକ। ସେମାନଙ୍କ ନିକଟରୁ
୧୬ ମୋବାଇଲ, ଏକ ବାଇକ୍‌, ବହୁ ପ୍ୟାନକାର୍ଡ, ଡ୍ରାଇଭିଂ ଲାଇସେନ୍ସ ଜବତ କରାଯାଇଛି।
ସଦର ଏସ୍‌ଡିପିଓଙ୍କ କାର୍ଯ୍ୟାଳୟରେ ଗୁରୁବାର ଅପରାହ୍ନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଲୁଟେରା ଗ୍ୟାଙ୍ଗ୍‌ ସମ୍ପର୍କରେ ସବିଶେଷ ସୂଚନା ଦିଆଯାଇଛି।
ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର କହିଲେ, ଗତ ୨୭ ତାରିଖରେ କଣ୍ଟାବଣିଆ ଓଭରବ୍ରିଜ୍‌ ନିକଟରେ ଟ୍ରାନ୍ସପୋର୍ଟ ସାମଗ୍ରୀ ନେଇ ଆସିଥିବା ଟ୍ରକ୍‌କୁ ଗାଡ଼ି ଚାଳକ ରବୀନ୍ଦ୍ର ସିଂ ପାର୍କିଂ କରିଥିଲେ। ରାତି ପ୍ରାୟ ୧୧ଟାରେ ସମ୍ପୃକ୍ତ ଅଭିଯୁକ୍ତମାନେ ତାଙ୍କୁ ମରଣାନ୍ତକ ଆକ୍ରମଣ କରି ମୋବାଇଲ, ଡ୍ରାଇଭିଂ ଲାଇସେନ୍ସ, ପ୍ୟାନକାର୍ଡ ଲୁଟି ନେଇଥିଲେ। ରବୀନ୍ଦ୍ରଙ୍କ ଅଭିଯୋଗକ୍ରମେ ନଂ. ୫୦/୧୯, ଦଫା ୩୯୨ ଆଇପିସିରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। କୌଣସି ସୂତ୍ରରୁ ସୂଚନା ପାଇ ବୁଧବାର ରାତିରେ ପୋଲିସ ଓଭରବ୍ରିଜ୍‌ ଅଞ୍ଚଳରେ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଫେରାର ଅଛନ୍ତି। ଅନିଲଙ୍କ ଘର ଲୋଧଣି ଗ୍ରାମରେ। ସେ ଅନୁଗୋଳ ଜିଲା କଲିୟାରି ଥାନା ଟିଟିପିଏସ୍‌ ନାୟକ ସାହି ଅଞ୍ଚଳରେ ରହି ବିଭିନ୍ନ ଅସାମାଜିକ କାର୍ଯ୍ୟରେ ଲିପ୍ତ ଥିବା ଏସ୍‌ଡିପିଓ କହିଛନ୍ତି। କଣ୍ଟାବଣିଆ ଥାନାଧିକାରୀ ବିଜୟ ହାଇବ୍ରୁ, ଏସ୍‌ଆଇ ପ୍ରଦୀପ ନାୟକ ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?