୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟାକଲେ ସ୍ବାମୀ

ଜୟପୁର,୪।୧(ନି.ପ୍ର.): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାମୁଣି ଗାଁ ନୂଆଗୁଡ଼ାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାତ୍ର ୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଶ୍ମଶାନରେ ପୋତି ଦେଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିବା ବେଳେ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି।

ସୂଚନାଯୋଗ୍ୟ, ଜୟପୁର ସଦର ଥାନା ଅନ୍ତର୍ଗତ ବାମୁଣି ଗାଁ ନୂଆଗୁଡ଼ାର ରମେଶ ପରଜା ଏଲିୟସ ବାଘ ତାଙ୍କ ସ୍ତ୍ରୀ ଡମୁଣି ପରଜା ଏଲିୟସ ହରିଜନଙ୍କ ସହ ରହୁଥିଲେ। ରମେଶ ଡମୁଣିଙ୍କୁ ୩ ଶହ ଟଙ୍କା ଦେଇଥିଲେ। ଉକ୍ତ ଟଙ୍କାରେ ଡମୁଣି ଘର ପାଇଁ କିଛି ଜିନିଷ କିଣି ଖର୍ଚ୍ଚ କରିଦେଇଥିଲେ। ଗତ ୨ ତାରିଖ ଗୁରୁବାର ରାତିରେ ରମେଶ ମଦ ପିଇ ଆସି ୩ ଶହ ଟଙ୍କା ମାଗିଥିଲେ। କିନ୍ତୁ ଡମୁଣି ଉକ୍ତ ୩ ଶହ ଟଙ୍କାରେ ଘରକରଣା ଜିନିଷ କିଣି ଦେଇଥିବା କହିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଡମୁଣିଙ୍କୁ ରମେଶ ପ୍ରବଳ ମାଡ଼ ମାରିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏକଥା କାହାକୁ ପ୍ରଘଟ ନ କରି ରମେଶ ତାଙ୍କର କେତେକ ବନ୍ଧୁଙ୍କୁ ଜଣାଇ ଶୁକ୍ରବାର ଅପରାହ୍ନରେ ଶ୍ମଶାନରେ ନେଇ ମୃତଦେହ ପୋତି ଦେଇଥିଲେ। ଖବର ପାଇ ଡମୁଣିଙ୍କ ଭାଇ ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଦଫା ୩୦୨, ୨୮୧ରେ ୩/୨୦ରେ ଏକ ମାମଲା ରୁଜୁ କରିଛି। ତଦନ୍ତକାରୀ ଅଧିକାରୀ ଶିବ ଶଙ୍କର ସାହୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଶନିବାର ମୃତଦେହକୁ ମାଟିତଳୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ଘଟଣାସ୍ଥଳରେ ଏଏସ୍‌ପି ଉପତ୍ଳ ରତ୍ନ ଦାସ, ଜୟପୁର ଏସ୍‌ଡିପିଓ ବରୁଣ ଗୁଣ୍ଠପାଲି, ବୋରିଗୁମ୍ମା ଏସ୍‌ଡିପିଓ ହରେକୃଷ୍ଣ ମାଝିଙ୍କ ସହ ସଦର ଓ ଟାଉନ ପୋଲିସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri