୩ ସପ୍ତାହରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ବନ ବିଭାଗ ସଚିବଙ୍କୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଚନ୍ଦକା ଅଭୟାରଣ୍ୟରୁ ବାହାରି ପୁରୀ ଓ ଖୋର୍ଦ୍ଧା ଜିଲାର ଜନବସତି ଅଞ୍ଚଳରେ ଆତଙ୍କ ଖେଳାଇଥିବା ଏକ ଦନ୍ତା ହାତୀ ଆକ୍ରମଣରେ ୪ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୭ଜଣ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି)ରେ ଶୁଣାଣି ହୋଇଥିଲା। ହାତୀ ଆକ୍ରମଣ ଘଟଣାର ତଦନ୍ତ ରିପୋର୍ଟ ୩ ସପ୍ତାହରେ ଦାଖଲ କରିବାକୁ ବନ ବିଭାଗ ସଚିବ ଓ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକଙ୍କୁ ଓଏଚ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଗୁରୁତର ଆହତଙ୍କୁ ୩୦ହଜାର ଓ ସାମନ୍ୟ ଆହତଙ୍କୁ ୧୫ ହଜାର ଟଙ୍କା ପ୍ରଦାନ କରିବାକୁ କମିଶନ କହିଛନ୍ତି।
ମାନବାଧିକାର କର୍ମୀ ପ୍ରଦୀପ୍ତ ନାୟକ ଏ ନେଇ କମିଶନଙ୍କ ନିକଟରେ ଗତ ସୋମବାର ପିଟିଶନ ଦାଖଲ କରିଥିଲେ। ପ୍ରଦୀପ୍ତ ଉକ୍ତ ପିଟିଶନରେ ଉଲ୍ଲେଖ କରିଥିଲେ ଯେ, ଗୋଟିଏ ବଣୁଆ ଦନ୍ତାହାତୀ ଚନ୍ଦକା ଅଭୟାରଣ୍ୟରୁ ବାହାରି ଆସିଲା କିପରି? ପୁଣି ବନ ବିଭାଗର ଅଧିକାରୀମାନେ କିପରି ଜାଣିପାରିଲେ ନାହିଁ? ଯେତେବେଳେ କଣାସ ଅଞ୍ଚଳରେ ହାତୀ ରହିଥିଲା, ସେତେବେଳେ ଲୋକେ ଫଟୋ ଉଠାଇ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପଠାଇଲେ। ହେଲେ ଅଧିକାରୀମାନେ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ହତୀଟି ୨୪ ଘଣ୍ଟା ବୁଲିବା ପରେ ପିପିଲି, ଡେଲାଙ୍ଗ ଓ ରାଜଧାନୀ ଉପକଣ୍ଠରେ ଆତଙ୍କ ଖେଳାଇଥିଲା। ୪ ଲୋକଙ୍କ ଜୀବନ ନେବାପରେ ବନ ବିଭାଗ ତତ୍ପରତା ପ୍ରକାଶ କରିଥିଲା। ତେଣୁ ଅବହେଳା କରିଥିବା ସମ୍ପୃକ୍ତ ଅଧିକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ ଓ ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବାକୁ ନିର୍ଦ୍ଦେଶ ଦେବାକୁ କମିଶନଙ୍କୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri