୩ ସମବାୟ ସମିତି ଜରିଆରେ ୧ଲକ୍ଷ ୫୦ ହଜାରରୁ ଊର୍ଦ୍ଧ୍ୱ କ୍ୱିଣ୍ଟାଲ ଧାନ କ୍ରୟ ଲକ୍ଷ୍ୟ

କର୍ଲାମୁଣ୍ଡା,୨୮।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୩ଟି ସମବାୟ ସମିତି ଜରିଆରେ ଚାଷୀଙ୍କ ଧାନ କ୍ରୟ କରାଯିବାକୁ ଆନୁଷ୍ଠାନିକ ଭାବେ ରିଷିଡା, କର୍ଲାମୁଣ୍ଡା, ଯୋରାଡବ୍ରାଠାରେ ମଣ୍ଡି ଉଦ୍‌ଘାଟନ ହୋଇଛି। ମାତ୍ର ଚାଷୀଙ୍କ ଧାନ ଠିକ୍‌ ଭାବେ ଉଠି ପାରୁ ନ ଥିବାରୁ ଚାଷୀମାନେ ଗାଁ ଦଲାଲମାନଙ୍କ ପାଖରେ କମ୍‌ ଟଙ୍କାରେ ବିକ୍ରୟ କରିବାକୁ ବାଧ୍ୟ ହେଉଛନ୍ତି।
ସୂଚନାଯୋଗ୍ୟ, କର୍ଲାମୁଣ୍ଡା ମଣ୍ଡି ଭବାନୀପାଟଣା ଉପଜିଲାପାଳ ସୁଶାନ୍ତ ସିଂଙ୍କ ଦ୍ୱାରା ଉଦ୍‌ଘାଟନ ହେବାର ଗୋଟିଏ ସପ୍ତାହ ବିତିଯାଇଥିଲେ ହେଁ ୧୬ଜଣ ଚାଷୀଙ୍କ ୭୭୮ କ୍ୱିଣ୍ଟାଲ ୮କେଜି ଧାନ କିଣାଯାଇଛି। ସୋମବାରଠାରୁ ରିଷିଡ଼ା ମଣ୍ଡି ଉଦ୍‌ଘାଟନ ହେବାର ୩ଦିନ ପରେ ମଧ୍ୟ ଚାଷୀଙ୍କ ଧାନ ଉଠାଯାଇ ନ ଥିବା ଦେଖିବାକୁ ମିଳିଛି। ଅନ୍ୟପଟେ ବ୍ଲକର କର୍ଲାମୁଣ୍ଡା ସମବାୟ ସମିତି ଜରିଆରେ ୬୧ ହଜାର ୪୭୧ କ୍ୱିଣ୍ଟାଲ, ରିଷିଡା ମଣ୍ଡି ଜରିଆରେ ୪୭ ହଜାର ୧୬୨ କ୍ୱିଣ୍ଟାଲ ଓ ଯୋରାଡବ୍ରା ସମବାୟ ସମିତି ଜରିଆରେ ୪୧ ହଜାର ୪୬୧କ୍ୱିଣ୍ଟାଲ ଧାନ ଓ ଯୋରାଡବ୍ରା ପଞ୍ଚାୟତର ୧୭୬ ଜଣ ଚାଷୀଙ୍କ ଧାନ କ୍ରୟ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରହିଥିବା କର୍ଲାମୁଣ୍ଡା ଖାଉଟି ଯୋଗାଣ ଅଧିକାରୀ ସାନ୍ତାକର ପଧାନ କହିଛନ୍ତି। ତେବେ ରିଷିଡ଼ା ମଣ୍ଡିରୁ ଧାନ ଉଠିପାରୁ ନ ଥିବା ସମ୍ପର୍କରେ ଖାଉଟି ଯୋଗାଣ ଅଧିକାରୀଙ୍କୁ ପଚାରିବାରୁ ଗୁରୁବାର ଧାନ ଉଠାଯିବାର ବ୍ୟବସ୍ଥା କରୁଛୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri