୩ ସ୍ବତନ୍ତ୍ର ଟ୍ରେନରେ ପହଞ୍ଚିଲେ ୬୬୨ ପ୍ରବାସୀ

ବାଲେଶ୍ୱର ଅଫିସ, ୧୮।୫:  ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଓ ଅହମ୍ମଦାବାଦରୁ ୩ ସ୍ବତନ୍ତ୍ର ଟ୍ରେନ ଯୋଗେ ୬୬୨ ପ୍ରବାସୀ ବାଲେଶ୍ୱର ରେଳଷ୍ଟେଶନରେ ପହଞ୍ଚିଛନ୍ତି। ସମସ୍ତ ପ୍ରବାସୀ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର।
ପ୍ରଥମ ଟ୍ରେନ ତାମିଲନାଡୁର କୋଏମ୍ବଟୁର ଷ୍ଟେଶନରୁ ବାହାରି ବାଲେଶ୍ୱର ରେଳ ଷ୍ଟେଶନରେ ଶନିବାର ରାତି ୧୧ଟା ୧୦ମିନିଟ୍‌ରେ ପହଞ୍ଚିଥିଲା। ଏଥିରେ ବାଲେଶ୍ୱର ଜିଲାର ୧୦୯ ଓ ମୟୂରଭଞ୍ଜ ଜିଲାର ୧୬୦ଜଣ ପ୍ରବାସୀ ଥିଲେ। ସେହିପରି ଦ୍ୱିତୀୟ ଟ୍ରେନ୍‌ ଆନ୍ଧ୍ରପ୍ରଦେଶ କରନୁଲ ଷ୍ଟେଶନରୁ ବାହାରି ବାଲେଶ୍ୱର ରେଳଷ୍ଟେଶନରେ ରବିବାର ମଧ୍ୟାହ୍ନ ସାଢେ ୧୨ଟାରେ ପହଞ୍ଚିଥିଲା। ଏଥିରେ ବାଲେଶ୍ୱର ଜିଲାର ୧୬୫ ଓ ମୟୂରଭଞ୍ଜ ଜିଲାର ୭ ଜଣ ପ୍ରବାସୀ ଥିଲେ। ତୃତୀୟ ଟ୍ରେନ୍‌ ଅହମ୍ମଦାବାଦରୁ ବାହାରି ବାଲେଶ୍ୱର ରେଳ ଷ୍ଟେଶନରେ ରବିବାର ସନ୍ଧ୍ୟା ୭ଟାରେ ପହଞ୍ଚିଥିଲା। ଏଥିରେ ବାଲେଶ୍ୱର ଜିଲାର ୧୧୧ ଓ ମୟୂରଭଞ୍ଜ ଜିଲାର ୧୧୦ ଜଣ ପ୍ରବାସୀ ଥିଲେ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରବାସୀ ଓଡ଼ିଆଙ୍କ ଥର୍ମାଲ ଟେଷ୍ଟ କରାଯାଇ ପଞ୍ଜୀକୃତ କରାଯାଇଥିଲା। ସମସ୍ତ ପ୍ରବାସୀଙ୍କୁ ଛାଡିବା ପାଇଁ ପରିବହନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ଭାବେ ବସ୍‌ ବ୍ୟବସ୍ଥା କରାଯାଇଛି। ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ତତ୍ତ୍ୱାବଧାନରେ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ତୁଲାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri