୩ ହଜାର ହିତାଧିକାରୀଙ୍କୁ ମିଳିଲା ୪ ମାସର ଭତ୍ତା

ଭୁବନେଶ୍ୱର,୧ା୪(ବ୍ୟୁରୋ): କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣକୁ ଏଡ଼ାଇବା ପାଇଁ ସରକାର ଲକଡାଉନ ଘୋଷଣା କରିଛନ୍ତି। ଏଥିଯୋଗୁ ସବୁ ବନ୍ଦ ହେବା ଯୋଗୁ ଲୋକେ ଖାଦ୍ୟପେୟର ଅଭାବ ଦେଖାଯାଇଥିଲା। ଏଥିପ୍ରତି ରାଜ୍ୟ ସରକାର ଦୃଷ୍ଟି ଦେଇ ଗରିବଙ୍କୁ ୪ମାସର ଆଗୁଆ ଭତ୍ତ ଦେବା ପାଇଁ ଘୋଷଣା କରିଥିଲେ। ସରକାରଙ୍କ ଏହି ନିର୍ଦ୍ଦେଶକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପାଳନ କରି ବିଏମ୍‌ସିର ୩ ଜୋନ୍‌ରେ ସେମାବାରଠାରୁ ଆଗୁଆ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ କରିଛି। ୩ ଜୋନର ଜୋନାଲ ଡେପୁଟି କମିଶନରଙ୍କ ନେତୃତ୍ୱରେ ଏହି କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ମଙ୍ଗଳବାର ସୁଦ୍ଧା ଚିହ୍ନଟ ହୋଇଥିବା ୩ହଜାର ହିତାଧିକାରୀଙ୍କୁ ୪ମାସର ଆଗୁଆ ଭତ୍ତା ବଣ୍ଟନ ହୋଇଛି। ଏହା ଆସନ୍ତା ଏପ୍ରିଲ୍‌ ୧୨ ତାରିଖ ସୁଦ୍ଧା ସମସ୍ତ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କାର୍ଯ୍ୟ ଶେଷ ହେବ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ସୂଚନାଯୋଗ୍ୟ, ସରକାରଙ୍କ ନିର୍ଦ୍ଦେଶ ପରେ ବିଏମ୍‌ସି ପକ୍ଷରୁ ସବୁ ୱାର୍ଡରେ ଗୋଟିଏ ଦିନ ଲେଖାଏ ଭତ୍ତା ବଣ୍ଟନ କରାଯିବାକୁ ସ୍ଥିର କରାଯାଇଥିବାବେଳେ ବିଭିନ୍ନ ସ୍ଥାନରେ କ୍ୟାମ୍ପ କରାଯାଇଛି। ଭତ୍ତା ବଣ୍ଟନ ସମୟରେ କିପରି ହିତାଧିକାରୀମାନେ ସାମାଜିକ ଦୂରତା ବଜାୟ ରଖିବେ ସେଥିପ୍ରତି ଧ୍ୟାନ ଦିଆଯାଇଛି। ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି କାର୍ଯ୍ୟକୁ ଯଥାଶୀଘ୍ର ସାରିବା ପାଇଁ କମିଶନର ଚୌଧାରୀ ନିର୍ଦ୍ଦେଶ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରର ୩ ଜୋନରେ ୩୧ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀ ଅଛନ୍ତି। ସୋମବାର ପ୍ରଥମ ଦିନରେ ଉତ୍ତର ଜୋନରେ ପାଖାପାଖି ୫୦୦, ଦକ୍ଷିଣ ପଶ୍ଚିମ ଓ ଦକ୍ଷିଣ ପୂର୍ବ ଜୋନରେ ୫୦୦ରୁ ୭୦୦ ହିତାଧିକାରୀ ଭତ୍ତା ପାଇଥିବା ବେଳେ ମଙ୍ଗଳବାର ମଧ୍ୟ ସମାନ ସଂଖ୍ୟା ରହିଥିବା ୩ ଜୋନର ଜୋନାଲ ଡେପୁଟି କମିଶନରଙ୍କ ନିକଟରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri