୩ ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି,୧୯।୪ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ୩ ଜଣ ହାର୍ଡକୋର ମାଓବାଦୀଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମଙ୍ଗଳ କୁଞ୍ଜାମି୍‌, ବୁଦୁରା ମାଡକାମି ଓ  ବାମନ୍‌ ମାଣ୍ଡାବି। ବସ୍ତର ରେଞ୍ଜ ଡି.ଆଇ.ଜି. ବିବେକାନନ୍ଦ ସିହ୍ନାଙ୍କ ସୂଚନା ଅନୁଯାୟୀ  ଦାନ୍ତେୱାଡା ଜିଲା କଟ୍‌କଲ୍ୟାଣ ଅଞ୍ଚଳରେ ପୋଲିସ କୋମ୍ବିଂ ଅପରେସନ କରୁଥିବା ବେଳେ  ଉପରୋକ୍ତ ମାଓବାଦୀଙ୍କୁ ଗିରଫ କରିଥିଲା।  ସେମାନଙ୍କଠାରୁ ବିପୁଳ ପରିମାଣରେ ଅଫୁଟା ବୋମା,  ଜିଲୋଟିନ୍‌ , ବ୍ୟାନର ଓ ପୋଷ୍ଟର ଜବତ ହୋଇଛି। ଏହି ୩ ଜଣ ଜନ ମିଲିସିଆ ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ । ଓଡିଶା, ଆନ୍ଧ୍ର ଓ ଛତିଶଗଡରେ ବହୁ ମାଓବାଦୀ ହିଂସାରେ ଜଡିତ  ଅଛନ୍ତି। ଇନ୍‌ଫରର୍ମର ସନ୍ଦେହରେ ହତ୍ୟା, ରାସ୍ତାକାମକୁ ବିରୋଧ କରି ଗାଡି ପୋଡିବା, ପୋଲିସ ଉପରେ ଆକ୍ରମଣ ଭଳି ବହୁ ମାମଲାରେ ସେମାନେ  ଜଡିତ ଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୪୪,୧୧୦ ଟଙ୍କା

କଲ୍ୟାଣସିଂହପୁର,୧୪।୩ (ଦୀପକ କୁମାର ପରିଡା): ରାୟଗଡା ଜିଲା କଲ୍ୟାଣସିଂହପୁରସ୍ଥିତ ଜଗନ୍ନାଥ ମନ୍ଦିରର ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣନା କରାଯାଇଛି। ତହସିଲଦାର ରଞ୍ଜନ କୁମାର ମନସେଠ ଉପସ୍ଥିତିରେ ମନ୍ଦିରର…

୨୯ରେ ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା

ରାୟଗଡ଼ା ,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ଚୈତ୍ର ପର୍ବ ମାର୍ଚ୍ଚ ୨୯ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି…

ବନ୍ଧୁକ ମୁନରେ ମରଣାନ୍ତକ ଆକ୍ରମଣ କରି ଲୁଟ୍, ଫ୍ରିଜଠୁ ନେଇ ସୁନାଗହଣା…..

ରାୟଗଡ଼ା,୧୩।୩(ଆଶିଷ ରଞ୍ଜନ ପଣ୍ଡା): ବନ୍ଧୁକ ଦେଖାଇ ମାଡ ମାରିବା ସହ ସୁନା ଅଳଙ୍କାର ଓ ଆସବାବପତ୍ର ଲୁଟିନେଲେ ଲୁଟେରା । ଏମିତି ଘଟଣା ଘଟିଛି ରାୟଗଡା ସହରର ଫାୟାର୍…

ମିଳିଲାନି ସୁଭଦ୍ରା ଟଙ୍କା: ବିଡ଼ିଓଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ ମହିଳା

ଗୁଡାରି,୧୨।୩ (ପ୍ରମୋଦ କୁମାର ପତି): ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଯୋଗ୍ୟ ମହିଳାଙ୍କୁ ମହିଳା ଦିବସ ଅବସରରେ ଚତୁର୍ଥ କିସ୍ତି ଟଙ୍କା ମିଳିଛି। କିନ୍ତୁ ରାୟଗଡା ଜିଲା…

ଅନାସ୍ଥା ଭୋଟ୍‌ରେ ହାରିଗଲେ ପୌର ଉପାଧ୍ୟକ୍ଷା, ଜିତିଲେ…

ରାୟଗଡ଼ା,୧୧ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌରପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟିଂ ଫଳାଫଳ ବୁଧବାର ପ୍ରକାଶ ପାଇଛି। ହାଇକୋର୍ଟରେ ରାୟ…

ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗର୍ଭବତୀ ମହିଳା ନିଖୋଜ: ଟାଉନ ଥାନାରେ ଏତଲା

ରାୟଗଡ଼ା, ୧୦।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ଗର୍ଭବତୀ ମହିଳା ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

ଦୋଳଯାତ୍ରା ଦେଖି ଫେରିବା ବେଳେ ଭୟଙ୍କର ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୩ ମୃତ

ବିଷମକଟକ,୧୦।୩(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମକଟକ ଥାନା ଅନ୍ତର୍ଗତ ଦୁର୍ଗୀ ଜଗନ୍ନାଥ ମନ୍ଦିର ପାଖ ଢାବା ନିକଟରେ ଭୟଙ୍କର ଦୁର୍ଘଟଣା । ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri