୪ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩ା୨(ବ୍ୟୁରୋ): କିଛିଦିନ ଧରି ଉଭାନ୍‌ ହୋଇଯାଇଥିବା ଶୀତ ଏବେ ପୁଣି ଫେରିବା ଆରମ୍ଭ କରିଛି। ସନ୍ଧ୍ୟା ହେଲେ ଥଣ୍ଡା ଅନୁଭୂତ ହେଉଥିବାବେଳେ ରାତିରେ ବିଭିନ୍ନ ସ୍ଥାନରେ କୁହୁଡ଼ି ମଧ୍ୟ ଦେଖାଯାଉଛି। ସୋମବାର କଳାହାଣ୍ଡି, କନ୍ଧମାଳ ଓ ଅନୁଗୋଳ ଜିଲାରେ କୁହୁଡ଼ି ଅଧିକ ରହିବ। ଘନକୁହୁଡ଼ି ନେଇ ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୪ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି ଓ ନୂଆପଡ଼ା ଆଦି ୮ଜିଲାରେ ବର୍ଷା ସହ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ସେହିପରି ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନ ଏବଂ ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ୧୪ ଜିଲାରେ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଢିଙ୍କିକୁଟା ଚାଉଳର ବଢୁଛି ଚାହିଦା

ସୁନ୍ଦରଗଡ଼, ୯।୨(ଡି.ଏନ.ଏ.): ବର୍ତ୍ତମାନ ସମୟରେ ବଜାରରେ ଢିଙ୍କିକୁଟା ଚାଉଳର ଚାହିଦା ବଢୁଛି। ସୁନ୍ଦରଗଡ଼ ଜିଲାର ଆଦିବାସୀ ମହିଳାମାନଙ୍କ ଦ୍ୱାରା ପ୍ରସ୍ତୁତ ଢିଙ୍କିକୁଟା ଚାଉଳ ସ୍ଥାନୀୟ ବଜାର...

୪ ସରପଞ୍ଚଙ୍କ କାର୍ଯ୍ୟକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଚଳାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସବୁ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ପ୍ରଦାନ...

ରାଜ୍ୟବ୍ୟାପୀ ପକ୍ଷୀଗଣନା ଆରମ୍ଭ

ଭୁବନେଶ୍ୱର, ୩।୧(ବ୍ୟୁରୋ): ରାଜ୍ୟବ୍ୟାପୀ ପକ୍ଷୀଗଣନା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ ବନଖଣ୍ଡ ଏବଂ ଜଳାଶୟରେ ପକ୍ଷୀଗଣନା କରାଯାଉଛି। ଗଣନାରେ ୨୫ରୁ ଊର୍ଦ୍ଧ୍ୱ ଟିମ୍‌ ଏବଂ...

ସୁସ୍ଥ ହେଲେ ୧୩୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨ା୨- ଓଡ଼ିଶାରେ ମଙ୍ଗଳବାର ୧୩୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

ରାଜ୍ୟରେ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବଢ଼ିଚାଲିଛି। ବୁଧବାର ୧୭୦ ନୂଆ କରୋନା ପଜିଟିଭ...

ଅଲିଭ୍‌ ରିଡ୍‌ଲେଙ୍କ ଅଣ୍ଡାଦାନ ଜାରି: ୩ ଦିନରେ ୩ ଲକ୍ଷ ୨୪ ହଜାର ୪୨୮ ଅଣ୍ଡାଦାନ

ଗଞ୍ଜାମ,୨୫ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଡ଼ମପେଟା ଓ ପୁରୁଣାବନ୍ଧ ନିକଟସ୍ଥ ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ୍‌ ରିଡ୍‌ଲେଙ୍କ ସାମୂହିକ ଅଣ୍ଡାଦାନ ଜାରି ରହିଛି।...

ହୀରାକୁଦ ଜଳଭଣ୍ଡାରରେ କେଜ୍‌ କଲ୍‌ଚର ମାଛ ଚାଷ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ୧୫ ଅନ୍‌ଲାଇନ ସେବା ଶୁଭାରମ୍ଭ କରିଛନ୍ତି। ଏଥିସହିତ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୩୧।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ...

Advertisement
Archives

Model This Week