୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ ଦେବଗଡ଼ କରୋନା ସଂକ୍ରମିତ

ଦେବଗଡ଼, ୧ା୫(ଡି.ଏନ.ଏ.)-ଦେବଗଡ଼ ଜିଲା ତିଲେଇବଣୀ ବ୍ଲକ କଲଣ୍ଡା ପଞ୍ଚାୟତ ଅନ୍ତର୍ଗତ ବାସୁଦେବପୁର ଗ୍ରାମରେ ବୁଧବାର ଜଣେ କରୋନା ରୋଗୀ ଚିହ୍ନଟ ହେବା ପରେ ତାଙ୍କୁ ସ୍ଥାନୀୟ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ା ସଂପୃକ୍ତ ବ୍ୟକ୍ତି ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି ା ସେମାନଙ୍କ ମଧ୍ୟରୁ ଗୁରୁବାର ସଂପୃକ୍ତ ବ୍ୟକ୍ତିଙ୍କ ପରିବାର ଏବଂ ପଡୋଶୀଙ୍କୁ ମିଶାଇ ମୋଟ ୨୬ ଜଣଙ୍କୁ ଜିଲା କୋଭିଡ୍‌ ହସ୍ପିଟାଲ ଆଇସୋଲେଶନ ସେଣ୍ଟରେ ଭର୍ତ୍ତି କରାଯାଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ମନୋଜ କୁମାର ଉପଧ୍ୟାୟ କହିଛନ୍ତି ା ସଂକ୍ରମିତ ବ୍ୟକ୍ତି ନିଜ ଗ୍ରାମରେ ବୁଲାଚଲା କରିଥିବାରୁ ଉକ୍ତ ଗ୍ରାମର ଅନେକ ଗ୍ରାମବାସୀ ମଧ୍ୟ ପରୋକ୍ଷରେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ା ଏପରି ପରିସ୍ଥିତିର ମୁକାବିଲା ପାଇଁ ଜିଲା ପ୍ରଶାସନ ପ୍ରସ୍ତୁତ ରହିଥିବା ଅତିରିକ୍ତ ଜିଲାପାଳ ଧରମ ହାଂସଦା ପ୍ରକାଶ କରିଛନ୍ତି ା ଜିଲା ପୋଲିସ ଓ ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମ ରାସ୍ତାକୁ ସିଲ କରାଯାଇଛି ା
ସେହିପରି ବାସୁଦେବପୁର ଗ୍ରାମ ସମେତ ଝାଟିକିପଶି, ଖୁଣ୍ଟପଶି, ସାମନ୍ତରାପାଲି, ନୂଆଗଁା, କମଳାବଗିଚା ଓ ବଣିଆକିଲିଣ୍ଡା ପଞ୍ଚାୟତର ସୁନାମୁଣ୍ଡା ଗ୍ରାମକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି ା ଉପରୋକ୍ତ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡିକୁ ବନ୍ଦ କରାଯାଇଛି ା ସେହି ଅଞ୍ଚଳରେ ରହୁଥିବା ଲୋକଙ୍କ ସ୍ବାସ୍ଥ୍ୟ ସେବା ଓ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି ା ତିଲେଇବଣୀ ବିଡିଓ କୃଷ୍ଣ ଚନ୍ଦ୍ର ଦଳପତିଙ୍କୁ ଉପରୋକ୍ତ ଅଞ୍ଚଳର ସାନିଟାଇଜେସନ ଏବଂ ଅତ୍ୟାବଶ୍ୟକ ସେବା ଯୋଗାଣ ପାଇଁ ଦାୟିତ୍ୱ ପ୍ରଦାନ କରାଯାଇଛି ା ଦେବଗଡ଼ ତହସିଲଦାର ପଲ୍ଲଭି ନାଏକଙ୍କୁ ଆଇନ ଶୃଙ୍ଖଳା ପରିସ୍ଥିତିର ରକ୍ଷଣାବେକ୍ଷଣ ଦାୟିତ୍ୱ ଦିଆଯାଇଛି ା ସେହିପରି ସ୍ବାସ୍ଥ୍ୟସେବା ଦାୟିତ୍ୱ ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ପ୍ରଭାତ କୁମାର ଓଝାଙ୍କୁ ପ୍ରଦାନ କରାଯାଇଛି ା ସଂପୃକ୍ତ ଅଞ୍ଚଳର ସମସ୍ତ ଦାୟିତ୍ୱ ଉପଜିଲାପାଳ ବ୍ରଜବନ୍ଧୁ ଭୋଇ ତଦାରଖ କରିବେ ବୋଲି ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri