୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଶନିବାର କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିକୁ ଘଡ଼ଘଡ଼ି ସହ ବର୍ଷା ପବନ ବହିବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସୂଚନା ଦିଆଯାଇଛି। ଏହି ସମୟରେ ପବନର ବେଗ ପ୍ରାୟତଃ ୩୦ ରୁ ୪୦ କି.ମି. ରହିବ ବୋଲି ଆକଳନ କରାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ପ୍ରବଳ ଗରମ ଓ ଗୁଳୁଗୁଳି ହେଉଛି। ଏଥିସହ ଗରମ ଝାଞ୍ଜି ପବନରେ ଦେହ ହାତ ପୋଡିଗଲା ଭଳି ଅନୁଭୂତ ହେଉଛି। ଗତ ୨୪ଘଣ୍ଟାରେ ରାଜ୍ୟର ୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଝାରସୁଗୁଡାରେ ସର୍ବାଧିକ ୪୧.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଅନୁଗୋଳ ୪୦.୭ ଡିଗ୍ରୀ, ଟିଟିଲାଗଡ଼ ଓ ଭଦ୍ରକ ୪୦.୫, ହୀରାକୁଦ ୪୦.୪, ବଲାଙ୍ଗୀର ୪୦.୩, ପାରଳାଖେମୁଣ୍ଡି, ସମ୍ବଲପୁର ଓ ତାଳଚେରରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। ସେହିପରି ଦ୍ୱୈତନଗରୀ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୮.୭ ଡିଗ୍ରୀ ଓ କଟକରେ ୩୮.୪ ଡିଗ୍ରୀ ରେକର୍ଡ ହୋଇଛି। ଆଗାମୀ ୪ଦିନ ଧରି ରାଜ୍ୟରେ ଏଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହ ଶନିବାର ମଧ୍ୟ ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀ ପାର୍‌ କରିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

ରାମ ମନ୍ଦିର ଦାନ ଅର୍ଥ ଚୋରି ମାମଲାରେ ମୁହଁ ଖୋଲିଲେ ମୋହନ ଭାଗବନ-କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୫।୭: ଅଯୋଧ୍ୟା ରାମ ମନ୍ଦିରର ଦାନ ଅର୍ଥ ହେରଫେର (ଚୋରି) ମାମଲାରେ ଏବେ ରାଷ୍ଟ୍ରୀୟ ସୱୟଂସେବକ ସଂଘ (RSS) ପକ୍ଷରୁ ବଡ଼ ବୟାନ ସାମ୍ନାକୁ ଆସିଛି। ସଂଘର…

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯  ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି…

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୭ ଘର, ବୋରିଗୁମ୍ମାରେ ରେକର୍ଡ…

କୋରାପୁଟ,୫ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ହୋଇଛି। ଜିଲାର ୧୪ଟି ବ୍ଲକରେ ମୋଟ୍‌ ୧୩୭୧.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଜୟପୁର କୋରାପୁଟ ଆଦି…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri