Posted inରାଜ୍ୟ

୪୦ ଡିଗ୍ରୀ ଉପରେ ୧୪ ସହର

ଭୁବନେଶ୍ୱର, ୨୭ା୫(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ସମଗ୍ର ରାଜ୍ୟକୁ ଗ୍ରାସ କରିଛି। ଉପକୂଳ ଠାରୁ ଆରମ୍ଭ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ କେଉଁଠି ନିସ୍ତାର ନାହିଁ। ପାରଦ ୪୫ ଡିଗ୍ରୀ ସେଲ୍‌ସିୟସ ଉପରକୁ ଚାଲିଯାଉଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଡେଇଁ ଯାଉଛି। ମଙ୍ଗଳବାର ରାଜ୍ୟର ୧୪ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀରରେ ୪୩.୫, ଅନୁଗୋଳରେ ୪୩.୧, ସମ୍ବଲପୁରରେ ୪୩, ବୌଦ୍ଧରେ ୪୩, ସୋନପୁରରେ ୪୨.୮, ଝାରସୁଗୁଡ଼ାରେ ୪୨.୬, ହୀରାକୁଦରେ ୪୨.୬, ତାଳଚେରରେ ୪୨.୬, ଭବାନୀପାଟଣାରେ ୪୨.୫, ମାଲକାନଗିରିରେ ୪୨, ଫୁଲବାଣୀରେ ୪୧.୪, ପାରଳାଖେମୁଣ୍ଡିରେ ୪୧.୨ ଏବଂ ସୁନ୍ଦରଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ରାଜ୍ୟରେ ଆହୁରି ପ୍ରବଳ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୋନପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର, ବରଗଡ଼, ନୂଆପଡ଼ା, ମାଲକାନଗିରି, କଳାହାଣ୍ଡି ଏବଂ ଅନୁଗୋଳ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଉକ୍ତ ଜିଲାଗୁଡ଼ିକରେ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୨୯ତାରିଖ ଯାଏ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶା ଜିଲାଗୁଡ଼ିକରେ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଘରୁ ପଦାକୁ ବାହାରିବା ବେଳେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ସମୟରେ ବୃଦ୍ଧ, ଅସୁସ୍ଥ ବ୍ୟକ୍ତି ଏବଂ ଶିଶୁମାନେ ପଦାକୁ ନ ବାହାରିବାକୁ ସତର୍କ କରାଯାଇଛି। ତେବେ ଏହି ସମୟରେ କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ତୋଫାନ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri