୪୦ ବର୍ଷରେ ପାଦ ଥାପିଲା ନାଲ୍‌କୋ:ପ୍ରତିଷ୍ଠା ଦିବସ ପାଳନ ଆଜି

ବଅଁରପାଳ,୭।୧ (ଡି.ଏନ୍‌.ଏ.)

ଅନୁଗୋଳ ଜିଲା ନାଲ୍‌କୋ ପକ୍ଷରୁ ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳନ କରାଯିବ। ଏଥିପାଇଁ ନାଲ୍‌କୋ କର୍ତ୍ତୃପକ୍ଷଙ୍କ ମଧ୍ୟରେ ବେଶ୍‌ ତତ୍ପରତା ପ୍ରକାଶ ପାଇଛି। ସନ୍ଧ୍ୟାରେ ମିନା ବଜାର ପଡ଼ିଆ ଠାରେ ଏହି ପ୍ରତିଷ୍ଠା ଦିବସ ଉତ୍ସବର ଆୟୋଜନ କରାଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଇନ୍‌କମ୍‌ ଟାକ୍ସ ପ୍ରିନ୍ସିପାଲ ଚିଫ୍‌ କମିଶନର ପ୍ରଣବ କୁମାର ଦାଶ ଯୋଗଦେବେ। ସେହିପରି ସମ୍ମାନିତ ଅତିଥି ଭାବେ ନାଲ୍‌କୋର ପୂର୍ବତନ ନିର୍ବାହୀ ନିର୍ଦ୍ଦେଶକ ଉମାବଲଭ ପଟ୍ଟନାୟକ, ଡିଆଇଜି ନିରସିଂହ ଭୋଳ, ଜିଲାପାଳ ମନୋଜ କୁମାର ମହାନ୍ତି, ଏସ୍‌ପି ଜଗମୋହନ ମୀନା, ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ୮ ତାରିଖ ଦିନ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ ଯୋଗଦେବେ। ଏ ନେଇ ନାଲ୍‌କୋ ପକ୍ଷରୁ ଏକ ପ୍ରେସ୍‌ ବିବୃତି ପ୍ରକାଶ କରାଯାଇଛି। ଏଥିରେ କମ୍ପାନୀ ପକ୍ଷରୁ କରାଯାଇଥିବା ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ସମ୍ପର୍କରେ ସୂଚନା ଦିଆଯାଇଛି। ବିଶେଷକରି ରାସ୍ତା, ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା, ପୋଖରୀ ପୁନରୁଦ୍ଧାର କାର୍ଯ୍ୟ, ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ସେବା ତଥା ଓପିଡି ବ୍ୟବସ୍ଥା, ବେକାର ଯୁବତୀ ଓ ଯୁବକମାନଙ୍କୁ ତାଲିମ ଦିଆଯାଇ ନିଯୁକ୍ତି ସୁବିଧା, ଅଞ୍ଚଳରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ପରିବେଶ ସୁରକ୍ଷା, ପାରିପାର୍ଶ୍ୱକ ଅଞ୍ଚଳରେ ଥିବା ସ୍କୁଲ ଗୁଡ଼ିକର ଉନ୍ନତୀକରଣ, ନାଲକୋ ଲାଡ୍‌ଲ୍ଲି ଯୋଜନାରେ ଗରିବ ଶ୍ରେଣୀର ମେଧାବୀ ଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ, ସ୍ବଚ୍ଛଭାରତ ଅଭିଯାନ କାର୍ଯ୍ୟକ୍ରମ, ବିଭିନ୍ନ ସମୟରେ ଦିବ୍ୟାଙ୍ଗମାନଙ୍କୁ ସହାୟତା ପ୍ରଦାନ ତଥା ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ ପାଇଁ ନାଲ୍‌କୋ ସଦାସର୍ବଦା ପ୍ରୟାସ ଜାରି ରଖିଛି ବୋଲି ଉକ୍ତ ପ୍ରେସ୍‌ ବିବୃତିରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri