Posted inଜାତୀୟ

୪୦ ହଜାର ଜନତାଙ୍କ ହତ୍ୟାର କାରଣ ଅନୁଚ୍ଛେଦ ୩୭୦: ଶାହ

ନୂଆଦିଲ୍ଲୀ,୧୫।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି ଏପର୍ଯ୍ୟନ୍ତ ଜମ୍ମୁ-କଶ୍ମୀରରେ ୪୦ ହଜାର ଲୋକଙ୍କ ହତ୍ୟାର କାରଣ ହେଉଛି ଅନୁଚ୍ଛେଦ ୩୭୦। ନିକଟରେ ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ସେ ଏହା କହିଛନ୍ତି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ସେଠାରେ କେବଳ ୬ଟି ଥାନା ପରିସରକୁ ବାଦ୍‌ ଦେଲେ ଅନ୍ୟ କେଉଁଠି ଧାରା ୧୪୪ ଲାଗୁ କରାଯାଇ ନାହିଁ। ଲୋକ ବ୍ୟବସାୟ ବାଣିଜ୍ୟ ସୁରୁଖୁରରେ କରିବା ସହ ବିନା ଭୟରେ ନମାଜ ପାଠ ପାଇଁ ଯାଉଛନ୍ତି। ମୋବାଇଲ ସେବା କାର୍ଯ୍ୟକ୍ଷମ ହେବା ସହ ଲୋକେ ଭଏସ୍‌ କଲର ସୁବିଧା ମଧ୍ୟ ଉଠାଉ ପାରୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଓ ମେହେବୁବା ମୁଫତିଙ୍କୁ ନଜର ବନ୍ଦୀ ରଖାଯିବା ଘଟଣାକୁ ନେଇ ଶାହ କହିଛନ୍ତି, ଯଦି କୌଣସି ଘଟଣା ତାଜା ଥାଏ ତେବେ ସେହି ସମୟରେ ଉସକାଇବା ଭଳି କାମ କରିବା ଆଦୌ ଠିକ୍‌ ନୁହେଁ। ତେଣୁ ୩୭୦ ଉଚ୍ଛେଦ ସମୟରେ ପ୍ରାୟ ୪ ହଜାର ଲୋକଙ୍କୁ ଗିରଫ କରାଯାଇଥିଲା। ସେଥିମଧ୍ୟରୁ ହଜାରେରୁ କମ୍‌ ଲୋକ ଏବେ ଜେଲ୍‌ରେ ଅଛନ୍ତି। ତେବେ ଫାରୁକ ଅବଦୁଲ୍ଲା ଓ ମେହେବୁବା ମୁଫତି ନଜର ବନ୍ଦୀ ନାହାଁନ୍ତି। କାରଣ ସେମାନଙ୍କ ଉପରେ କୌଣସି କଟକଣା ନ ଥିଲା। କିନ୍ତୁ ସେମାନେ ପବ୍ଲିକ୍‌ ସେପ୍ଟି ଆକ୍ଟ ଆଧାରରେ ହାଉସ୍‌ ଆରେଷ୍ଟ ହୋଇ ରହିଛନ୍ତି। କଂଗ୍ରେସ ଏବେ ଏମାନଙ୍କ ହାଉସ୍‌ ଆରେଷ୍ଟକୁ ନେଇ ବିରୋଧ କରୁଛି ଯେତେବେଳେ କି ସେ ନିଜେ ଶେଖ୍‌ ଅବଦୁଲ୍ଲାଙ୍କୁ ୧୧ ବର୍ଷ ଜେଲରେ ରଖିଥିଲା। ତେଣୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଜମ୍ମୁ-କଶ୍ମୀର ପାଇଁ ଏକ ବରଦାନ। ଯେଉଁଥିପାଇଁ ଆଜି ସାରା ବିଶ୍ୱ ମୋଦି ସରକାରଙ୍କ ପ୍ରଶଂସା କରୁଛନ୍ତି ବୋଲି ଶାହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri