କଟକ ଅଫିସ,୨୩।୧:କଟକ ସହର ବିଦ୍ୟାଧରପୁର ଅଞ୍ଚଳରେ ଥିବା ପ୍ରାୟ ୪୧୪ ବର୍ଷ ପୁରୁଣା ଐତିହାସିକ ବାମ୍ଫିର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରିଛି ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ। ଏହି ବାମ୍ଫିଟିର ସନ୍ଧାନ ଗତବର୍ଷ ନଭେମ୍ବରରେ ଇନ୍ଟାକ ସଦସ୍ୟ ଐତିହ୍ୟ ଗବେଷକ ଦୀପକ କୁମାର ନାୟକଙ୍କ ଦ୍ୱାରା ହୋଇଥିଲା। ସଦସ୍ୟ ନାୟକଙ୍କ ନେତୃତ୍ୱରେ କଟକର ୨ ସାମାଜିକ ସଂଗଠନ ସିଲଭର ସିଟି କଟକ ପବ୍ଲିକ ଚାରିଟେବୁଲ ଟ୍ରଷ୍ଟ ଓ ରିଡିସ୍କଭର ଲଷ୍ଟ ହେରିଟେଜ ଗ୍ରୁପର ସଦସ୍ୟମାନେ ଅବହେଳିତ ହୋଇପଡିରହିଥିବା ଏହି ପୁରାତନ ବାମ୍ଫିଟିର ଆଖପାଖ ଅଞ୍ଚଳର ସଫେଇ କାର୍ଯ୍ୟ କରିଥିଲେ। ବାମ୍ଫିରେ ଥିବା ଦ୍ୱିଭାଷୀ ଶିଳାଲେଖର ପରୀକ୍ଷଣ କରି ନାୟକ ଏହି ବାମ୍ଫି ପ୍ରାୟ ୪୧୪ ବର୍ଷ ପୁରୁଣା ବୋଲି କହିଥିଲେ। ଏହା ବକ୍ସି ମହମ୍ମଦ ତାହିର ନାମକ ଜନୈକ ବ୍ୟକ୍ତିଙ୍କ ଦ୍ୱାରା ଖୋର୍ଦ୍ଧା ଭୋଇବଂଶୀୟ ରାଜା ପୁରୁଷୋତ୍ତମ ଦେବଙ୍କ ରାଜତ୍ୱର ୧୨ ଅଙ୍କ ଅର୍ଥାତ୍ ୧୬୦୮/୦୯ ଖ୍ରୀଷ୍ଟାବ୍ଦରେ ନିର୍ମିତ ହୋଇଥିଲା ବୋଲି ଅଭିଲେଖରୁ ଜଣାପଡୁଛି।
ପୁନରୁଦ୍ଧାର କାର୍ଯ୍ୟବେଳେ ଶିଳାଲେଖ ଯେପରି ସୁରକ୍ଷିତ ରହିବ, ସେଥିପ୍ରତି ଧ୍ୟାନ ଦେବାକୁ ଇନଟାକ ସଦସ୍ୟ ନାୟକ ଗୁରୁତ୍ୱ ଦେଇଛନ୍ତି। ଅନ୍ୟପଟେ ଟ୍ରଷ୍ଟ ସଦସ୍ୟ ଆକାଶ ପଟ୍ଟନାୟକ କହିଛନ୍ତି, ଏହି ପ୍ରାଚୀନ କୂଅଟି କଟକ ପାଇଁ ଐତିହାସିକ। ପୁନରୁଦ୍ଧାର ପରେ ଏହାର ଐତିହାସିକ ଗୁରୁତ୍ୱ ପ୍ରତିପାଦନ ପାଇଁ ଏକ ସୂଚନାଫଳକ ମାଧ୍ୟମରେ ବାମ୍ଫି ସମ୍ବନ୍ଧୀୟ ସମସ୍ତ ଐତିହାସିକ ତଥ୍ୟ ଉପସ୍ଥାପନା କରାଯିବା ଉଚିତ।
Posted inଆମ ଜିଲା ଖବର, କଟକ View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଘରୋଇ କଲେଜ ସିଲ୍ କଲା ପ୍ରଶାସନ, ତଦନ୍ତ ଆରମ୍ଭ
ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…
ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ
ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

