୪୧ ଅସ୍ଥାୟୀ ହାଟ କରିବ ବିଏମ୍‌ସି

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ୨୧ଦିନିଆ ଲକଡାଉନ ଘୋଷଣା ପରେ ରାଜ୍ୟ ସରକାର ଜନସାଧାରଣଙ୍କୁ ନିରନ୍ତର ସେବା ଯୋଗାଇବା ପାଇଁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦେଇଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)କୁ ଜନସାଧାରଣଙ୍କ ସେବା ଓ ସୁବିଧାକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ନୂଆ କରି ୪୧ଟି ଅସ୍ଥାୟୀ ହାଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱରରେ ଥିବା ବିଭିନ୍ନ ହାଟରେ ଲୋକଙ୍କ ଗହଳି ପରିଲକ୍ଷିତ ହେବାରୁ ଅଧିକ ହାଟ ବସାଇ ଲୋକଙ୍କ ଗହଳିକୁ ନିୟନ୍ତ୍ରଣ କରିବାକୁ ବିଏମ୍‌ସି ସ୍ଥିର କରିଥିବା କମିଶନର ପ୍ରେମଚନ୍ଦ୍ର ଚୌଧାରୀ ସୂଚନା ଦେଇଛନ୍ତି। ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ଏସିଏଲ୍‌)ର ଜେନେରାଲ୍‌ ମ୍ୟାନେଜର (ପ୍ରଶାସନିକ) କମଲଜିତ୍‌ ଦାସ କହିଛନ୍ତିି ଯେ, ଗହଳିରେ କରୋନା ଭାଇରସ୍‌ ଅଧିକ ମାତ୍ରାରେ ସଂକ୍ରମିତ ହୋଇଥାଏ। ତେଣୁ ଲୋକଙ୍କୁ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ତାହା ସତ୍ତ୍ୱେ ବି ଜନସାଧାରଣ ହାଟ ବଜାରରେ ଭିଡ଼ ଜମୁଥିବାର ଦେଖିବାକୁ ମିଳିଛି। ସେଥିପାଇଁ ବିଏମ୍‌ସି ସହରର ବିଭିନ୍ନ ସ୍ଥାନରେ ୪୧ଟି ଅସ୍ଥାୟୀ ହାଟ କରାଯିବ। ଏ ନେଇ ବିିଭିନ୍ନ ସ୍ଥାନରେ ଚିହ୍ନଟ ପ୍ରକ୍ରିୟା ହୋଇସାରି ଥିବାବେଳେ ଖୁବଶୀଘ୍ର ହାଟ ହେବ ବୋଲି ସେ କହିଛନ୍ତି। ଲୋକଙ୍କ ସୁରକ୍ଷା ପାଇଁ ବିଏମ୍‌ସି ଏହି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri