Posted inଫୁରସତ

୪୨ ବର୍ଷ ଧରି ଖବର କାଗଜକୁ ଲେଖୁଛନ୍ତି ଅଭିଯୋଗ ପତ୍ର

ଲଣ୍ଡନ,୩।୩: କେତେକ ଲୋକଙ୍କର ଚିଠି ଲେଖିବା ନିଶା ପାଲଟିଥାଏ। ଏଭଳି ଜଣେ ଲୋକ ଇଂଲଣ୍ଡର ଲଣ୍ଡନରେ ରହିଛନ୍ତି। ୭୦ ବର୍ଷ ବୟସ୍କ ଏହି ବ୍ୟକ୍ତି ଜଣକ ଗତ ୪୨ ବର୍ଷ ଧରି ଖବର କାଗଜ ସମ୍ପାଦକଙ୍କ ପାଖକୁ ଅଭିଯୋଗ ପତ୍ର ଲେଖିବା ଜାରି ରଖିଛନ୍ତି। ସ୍ଥାନୀୟ ଲିବରପୁଲ୍‌ରେ ବାସ କରୁଥିବା ୭୦ ବର୍ଷ ବୟସ୍କ ବର୍ନି କୈରୋଲ ଏଭଳି କରି ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚାରେ ରହିଛନ୍ତି। ସେ ପ୍ରଥମ ଥର ୧୯୭୮ରେ ଏଭଳି ଅଭିଯୋଗ ପତ୍ର ଲେଖିବା ଆରମ୍ଭ କରିଥିଲେ। ଇତିମଧ୍ୟରେ ବର୍ନି ୧୫୦୦୦ରୁ ଅଧିକ ଅଭିଯୋଗ ପତ୍ର ବିଭିନ୍ନ ଖବର କାଗଜ ସମ୍ପାଦକଙ୍କ ନିକଟକୁ ଲେଖିଛନ୍ତି। ସେ ପ୍ରାୟ ୨୫୦ ଶବ୍ଦ ମଧ୍ୟରେ ଏଭଳି ଅଭିଯୋଗ ପତ୍ର ଲେଖିଥାନ୍ତି। ପ୍ରତି ସପ୍ତାହରେ ୩-୪ ଖବର କାଗଜ ତାଙ୍କର ଅଭିଯୋଗକୁ ପ୍ରକାଶିତ କରିଥାନ୍ତି। ପାର୍କରେ ବୃଦ୍ଧି ପାଉଥିବା ଅଳିଆ ଆବର୍ଜନା ସମ୍ପର୍କରେ ତାଙ୍କର ଏକ ଅଭିଯୋଗ ନିକଟରେ ପ୍ରକାଶିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri