୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା ଉଦ୍‌ଯାପିତ: ପ୍ରତି ଜିଲାରୁ ୩ ବିଦ୍ୟାଳୟକୁ ମିଳିବ ସ୍କୁଲ ଅଫ୍‌ ଏକ୍ସିଲେନ୍ସି

ଅନୁଗୋଳ ଅଫିସ, ୨୪।୧୨ – ଅନୁଗୋଳ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏହି ଉଦ୍‌ଯାପନୀ ଉତ୍ସବରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୋଗଦେଇ କହିଥିଲେ ଯେ, ଗୁଣାତ୍ମକ ଶିକ୍ଷା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ। ପ୍ରତି ଜିଲାରୁ ୩ଟି ବିଦ୍ୟାଳୟକୁ ସ୍କୁଲ ଅଫ୍‌ ଏକ୍ସିଲେନ୍ସି ଭାବେ ବାଛି ନାମ ପଠାଇବାକୁ ଜିଲା ଶିକ୍ଷା ଅଧିକାରୀମାନଙ୍କୁ କୁହାଯାଇଛି। କେଉଁ ଜିଲାରୁ କେଉଁ ବିଦ୍ୟାଳୟ ଏହି ମାନ୍ୟତା ପାଇବ ତାହା ଆସନ୍ତାବର୍ଷ ଘୋଷଣା କରାଯିବ। ତେବେ ଅନୁଗୋଳ ଉଚ୍ଚ ବିଦ୍ୟାଳୟ ଏହି ମାନ୍ୟତା ପାଇବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଏହା ହେଲେ ଉକ୍ତ ସ୍କୁଲର ଭିତ୍ତିଭୂମି ସହ ଅନ୍ୟାନ୍ୟ ଅନୁଷଙ୍ଗିକ ବ୍ୟବସ୍ଥା ମଧ୍ୟ ବୃଦ୍ଧି ପାଇବ ବୋଲି ମନ୍ତ୍ରୀ କହିଥିଲେ।
ଏହି ଅବସରରେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଅତିଥିଭାବେ ଯୋଗଦେଇ କହିଥିଲେ ଯେ, ସପ୍ତାହରେ ୬ ଦିନ ବିଜ୍ଞାନ କ୍ଲାସ୍‌ରେ ୩୦ ମିନିଟ୍‌ ଲେଖାଏ ଶିକ୍ଷକମାନେ ବିଜ୍ଞାନ ପଢ଼ାଇ ଅନ୍ୟ ୧୫ ମିନିଟ୍‌ ଗୋଟିଏ ଗୋଟିଏ ବିଷୟ ଉପରେ ଆଲୋଚନା କଲେ ବିଜ୍ଞାନର ଆଦୃତି ବଢ଼ିବ। ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିବା ଏମ୍ସର ଡାକ୍ତର ଦିଲୀପ କୁମାର ମୁଦୁଲି କହିଥିଲେ, ଆଜି କାଲିର ଅଭିଭାବକମାନେ ପିଲାଙ୍କୁ ନେଇ କେବଳ ଡାକ୍ତର, ବୈଜ୍ଞାନିକ ଓ ଇଞ୍ଜିନୟର ସ୍ବପ୍ନ ଦେଖୁଛନ୍ତି। କେହି ଜଣେ ବି ଚାଷୀ ହେବାର ସ୍ବପ୍ନ ଦେଖୁନାହାନ୍ତି। ଚାଷୀ ମଧ୍ୟ ଜଣେ ବୈଜ୍ଞାନିକ ବୋଲି ସେ କହିଥିଲେ। ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା ରାଜ୍ୟସ୍ତରୀୟ ବିଜ୍ଞାନମେଳାରୁ ପ୍ରକଳ୍ପକୁ ନେଇ କ୍ଷୁଦ୍ର ଶିଳ୍ପାନୁଷ୍ଠାନ ସେମାନଙ୍କ କାର୍ଯ୍ୟରେ ଲଗାଇ ପାରିବେ ବୋଲି ମତବ୍ୟକ୍ତ କରିଥିଲେ। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ପ୍ରତ୍ୟେକ ଜିଲାରେ ଗୋଟିଏ ଲେଖାଏ ବିଜ୍ଞାନ ଲ୍ୟାବ ହେବା ଆବଶ୍ୟକ ବୋଲି କହିଥିଲେ। ଅନ୍ୟତମ ଅତିଥି ଭାବେ ଅନୁଗୋଳ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ପ୍ରଫେସର ଦୀନେଶ କୁମାର ଯୋଗଦେଇ ଗୁଗୁଲରେ ସର୍ଚ୍ଚ କରିବା ଅପେକ୍ଷା ନିଜ ବୁଦ୍ଧି ଓ ଜ୍ଞାନରେ ଆବିଷ୍କାର ଏବଂ କ୍ରିଏଟିଭ କରିବା ଆବଶ୍ୟକ ବୋଲି କହିଥିଲେ। ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଉପନିର୍ଦ୍ଦେଶିକା ଡ. ନିବେଦିତା ନାୟକ ଉପସ୍ଥିତ ଥିଲେ। ଏହି ରାଜ୍ୟସ୍ତରୀୟ ବିଜ୍ଞାନମେଳାରୁ ୩୬ଟି ପ୍ରକଳ୍ପକୁ କୋଲକାତାରେ ପୂର୍ବ ଭାରତୀୟ ବିଜ୍ଞାନ ପ୍ରଦର୍ଶନୀ ପାଇଁ ମନୋନୀତ କରାଯାଇଥିଲା। ଅନୁଗୋଳ ଜିଲାରୁ ନେହେରୁ ଉଚ୍ଚ ବିଦ୍ୟାଳୟ ଗଡ଼ସନ୍ତ୍ରୀ ଓ ଡେରା କଲିୟରୀ ଉଚ୍ଚ ବିଦ୍ୟାଳୟକୁ ଏହି ପ୍ରଦର୍ଶନୀ ପାଇଁ ମନୋନୀତ କରାଯାଇଛି। ସମଗ୍ର ଶିକ୍ଷା ବିଭାଗର ଜିଲା ପ୍ରକଳ୍ପ ସଂଯୋଜକ ନିରଞ୍ଜନ ସାହୁ ଧନ୍ୟବାଦ ଦେଇଥିଲେ। ଶିକ୍ଷକ କୁଳମଣି ମେହେର, ଶିକ୍ଷୟିତ୍ରୀ ଗୁଣ୍ଡିଚାରାଣୀ ଖୁଣ୍ଟିଆ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅନୁଗୋଳ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧୁସ୍ମିତା ନନ୍ଦ, ଜିଲା ବିଜ୍ଞାନ ପର୍ଯ୍ୟବେକ୍ଷକ କେଦାରନାଥ ବେହେରାଙ୍କ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ, ଶିକ୍ଷକ ଗାଇଡମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବା ଲାଗି ପଠାଇଲେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା…

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri