୪୬ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୩୮ ସୁରଟ ଫେରନ୍ତା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ସୋମବାର ସକାଳ ୯ଟାରୁ ମଙ୍ଗଳବାର ସକାଳ ୯ଟା ଅର୍ଥାତ୍‌ ୨୪ ଘଣ୍ଟା ମଧ୍ୟରେ ୪୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଚିହ୍ନଟ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ୪୬ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରର ୪୨ ଜଣ ରହିଥିବା ବେଳେ କଣ୍ଟେନମେଣ୍ଟ ଜୋନ୍‌ର ୨ ଓ ଅନ୍ୟ ସ୍ଥାନରୁ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ତେବେ ଉକ୍ତ ୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୩୮ଜଣ ସୁରଟ ଫେରନ୍ତା। ଗଞ୍ଜାମ ଜିଲାର ସର୍ବାଧିକ ୨୧ ଆକ୍ରାନ୍ତ ସୁରଟ ଫେରନ୍ତା ରହିଥିବା ଜଣାପଡ଼ିଛି। ସେହିପରି ବୌଦ୍ଧ, କଟକ, ପୁରୀ, ମୟୂରଭଞ୍ଜ ଜିଲାର ଚିହ୍ନଟ ଜଣେ ଲେଖାଏ ଆକ୍ରାନ୍ତ ମଧ୍ୟ ସୁରଟ ଫେରନ୍ତା। ବାଲେଶ୍ୱରରୁ ଚିହ୍ନଟ ୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ସୁରଟ ଫେରନ୍ତା ହୋଇଥିବା ବେଳେ ଆଉ ଜଣେ ପଶ୍ଚିମବଙ୍ଗ ଫେରନ୍ତା। ସେହିପରି ଯାଜପୁରର ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ପଶ୍ଚିମବଙ୍ଗ ଫେରନ୍ତା ହୋଇଥିବା ବେଳେ ରାଉରକେଲାର ଚିହ୍ନଟ ୨ ଆକ୍ରାନ୍ତ କଣ୍ଟେମେଣ୍ଟ ଜୋନ୍‌ ଅଞ୍ଚଳର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?