Posted inଖେଳ

୪୭ ବର୍ଷର ରେକର୍ଡ ଭାଙ୍ଗିଲେ ରୋହିତ-ମୟଙ୍କ ଯୋଡି

ବିଶାଖାପାଟନା,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତ ମଜଭୁତ୍‌ ସ୍ଥିତିରେ ପହଞ୍ଚିଛି। ଦୁଇ ଓପନର ରୋହିତ ଶର୍ମା ଏବଂ ମୟଙ୍କ ଅଗ୍ରଓ୍ବାଲଙ୍କ ଜବରଦସ୍ତ ପ୍ରଦର୍ଶନରେ ଭାରତ ବିନା ଉଇକେଟ ହରାଇ ୨୦୦ ରନ୍‌ ସଂଗ୍ରହ କରିଛି। ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ପ୍ରାରମ୍ଭରୁ ରକ୍ଷାତ୍ମକ ଖେଳ ପ୍ରଦର୍ଶନ କରିଛି। ରୋହିତ ଶର୍ମା ଶତକ ହାସଲ କରିଥିବାବେଳେ ମୟଙ୍କ ଅଗ୍ରଓ୍ବାଲ ଶତକର ନିକଟତର ହୋଇଛନ୍ତି। ଏହି ମ୍ୟାଚ୍‌ରେ ଉଭୟ ୪୭ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ୧୯୭୨ରେ ସୁନୀଲ ଗାଭାସ୍କର ଏବiଂ ରାମନାଥ ପାରକର ଇଂଲଣ୍ଡ ବିପକ୍ଷରେ ଦିଲ୍ଲୀରେ ମ୍ୟାଚ୍‌ ଖେଳୁଥିଲେ। ରାମନାଥ ଟେଷ୍ଟରେ ଡେବ୍ୟୁ କରୁଥିବାବେଳେ ଗାଭାସ୍କର ପ୍ରଥମଥର ପାଇଁ ଟେଷ୍ଟରେ ଓପନିଂ କରୁଥିଲେ। ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ ରୋହିତ ପ୍ରଥମଥର ପାଇଁ ଟେଷ୍ଟରେ ଓପନିଂ କରୁଥିବାବେଳେ ମୟଙ୍କ ପ୍ରଥମଥର ଭାରତ ମାଟିରେ ଟେଷ୍ଟ ଖେଳୁଛନ୍ତି। ଦୁହେଁ ଭାରତ ପକ୍ଷରୁ ପ୍ରଥମଥର ମଧ୍ୟ ଓପନିଂ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?