Posted inଖେଳ

୪୮ ବର୍ଷ ପୁରୁଣା ଟେନିସ ବହି ନିଜ ପାଖରେ ରଖନ୍ତି ଅଜିଙ୍କେ ରାହାଣେ: ଜାଣନ୍ତୁ କାହିଁକି

ବିରାଟ କୋହଲିଙ୍କ ନେତୃତ୍ୱଧୀନ ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡରେ ଗସ୍ତରେ ଯାଇଛି। ପାଞ୍ଚଟିକିଆ ଟି୨୦ ସିରିଜ୍‌ ହାତେଇବା ପରେ ଏବେ ୩ଟିକିଆ ଏକଦିବସୀୟ ଏବଂ ଦୁଇଟି ଟେଷ୍ଟ କବ୍ଜା କରିବାକୁ ଲକ୍ଷ୍ୟ ରଖିଛି ଟିମ୍‌ ଇଣ୍ଡିଆ। ଭାରତୀୟ ଦଳର ଅଭିଜ୍ଞ ବ୍ୟାଟ୍ସମ୍ୟାନ ଅଜିଙ୍କେ ରାହାଣେ ଟେଷ୍ଟ ଏବଂ ଏକଦିବସୀୟ ସିରିଜ୍‌ ପାଇଁ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି। ଏହାପୂବ;ରୁ ନିଜ ବ୍ୟାଗ୍‌ ପ୍ୟାକ୍‌ କରୁଥିବାର ଏକ ଫଟୋ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଫଟୋରେ ରାହାଣେ ଏକ ପୁସ୍ତକ ନିଜ ବ୍ୟାଗ୍‌ରେ ରଖୁଥିବାର ଦେଖାଯାଇଛି। ଏହି ପୁସ୍ତକଟିର ନାମ ‘ଦ ଇନର ଗେମ୍‌ ଅଫ୍‌ ଟେନିସ୍‌’। ଟେନିସ୍‌ କୋର୍ଟ ସମ୍ବନ୍ଧୀତ ଏହି ପୁସ୍ତକଟି ବଜାରୁକୁ ଆସିବା ପ୍ରାୟ ୪୮ ବର୍ଷ ହୋଇଗଲାଣି। ଏତେ ପୁରୁଣା ବହିକୁ ରାହାଣେ ସମୟ ବାହାର କରି ପଢନ୍ତି। କେବଳ ରାହାଣେ ନୁହେଁ, ବିଶ୍ୱର ଅନେକ ଖେଳାଳି ଏହି ପୁସ୍ତକ ପଢନ୍ତି। ଏହି ପୁସ୍ତକଟିକୁ ଲେଖିଖିବା ବ୍ୟକ୍ତି ଜଣଙ୍କ ହେଲେ ଟିମୋଥି ଗଲଓ୍ବେ। ସେ ଜଣେ ଟେନିସ୍‌ ଖେଳାଳି ଥିଲେ। ତାଙ୍କୁ ମାତ୍ର ୧୫ ବର୍ଷ ହୋଇଥିବାବେଳେ ନ୍ୟାଶନାଲ ଜୁନିୟର ଟେନିସ୍‌ ଚାମ୍ପିୟନଶିପ୍‌ ଏକ ଜିତିବା ମ୍ୟାଚ୍‌ ହାରି ଯାଇଥିଲେ। ଏହାପରେ ସେ ଏହି ପୁସ୍ତକ ଲେଖିବା ଆରମ୍ଭ କରିଥିଲେ। ପୁସ୍ତକରେ ଏକାଗ୍ରତା, ଇଚ୍ଛା ଶକ୍ତି ଏବଂ ବିଶ୍ୱାସ ଉପରେ ଉଲ୍ଲେଖ ରହିଛି। ଏହି କାରଣରୁ ଆଜି ପର୍ଯ୍ୟନ୍ତ ଏହି ପୁସ୍ତକଙ୍କ ଅନେକ ଖେଳାଳି ପଢନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri