Posted inଖେଳ

୪୯ ରନ୍‌ରେ ହିଁ ବ୍ୟାଟ ଟେକି ଅର୍ଦ୍ଧଶତକ ଖୁସି ମନାଇଲେ ଶ୍ରେୟାସ; ହସି ହସି ଗଡ଼ିଲେ କୋହଲି

ବିଶାଖାପାଟଣା,୧୯।୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ଶ୍ରେୟାସ ଆୟାର ଏକ କୌତୂହଳପୂର୍ଣ୍ଣ ତ୍ରୁଟି କରିଛନ୍ତି। ସେ ଏହି ମ୍ୟାଚ୍‌ରେ ୩୨ ବଲରୁ ବିସ୍ଫୋରକ ୫୩ ରନ୍‌ର ଇନିଂସ ଖେଳିଥିଲେ। ଏଥିରେ ସାମିଲ ଥିଲା ୪ ଛକା ଓ ୩ ଚୌକା। ଏହି ଇନିଂସ ଅବସରରେ ସେ ଏଭଳି କିଛି କରିଥିଲେ, ଯାହା ଦେଖି ହସି ହସି ଗଡ଼ି ଯାଇଥିଲେ ଭାରତୀୟ ଅଧିନାୟକ ବିରାଟ କୋହଲି। ୪୮ ରନ୍‌ କରିଥିବାବେଳେ କିମୋ ପଲଙ୍କ ବଲରେ ବାଉଣ୍ଡ୍ରି ଅଞ୍ଚଳକୁ ଖେଳି ଏକ ରନ୍‌ ନେବା ପରେ ବ୍ୟାଟ ଉଠାଇ ଅର୍ଦ୍ଧଶତକ ହାସଲ କରିବାର ଖୁସି ମନାଇଥିଲେ। ଏହା ଦେଖିବା ପରେ ନିଜ ହସ ରୋକିପାରି ନ ଥିଲେ ଡ୍ରେସିଂ ରୁମ୍‌ରେ ବସିଥିବା କୋହଲି। ତେବେ ତାଙ୍କ ସ୍କୋର ଯେତେବେଳେ ୪୮ ଥିଲା, ଭୁଲ୍‌ବଶତଃ ସ୍କୋର ବୋର୍ଡରେ ୪୯ ଲେଖାଥିଲା। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri