Posted inଖେଳ

୪ ଖେଳାଳି ଆହତ, ଫିଲ୍ଡିଂ କଲେ କୋଚ୍‌

ସାଉଥ୍‌ମ୍ପଟନ, ୨୫।୫(ପି.ଟି.)- ଦୀର୍ଘ ୮ ବର୍ଷ ପୂର୍ବେ କ୍ରିକେଟରୁ ସନ୍ନ୍ୟାସ ନେଇଥିବା ଇଂଲଣ୍ଡର ପ୍ରାକ୍ତନ ଅଧିନାୟକ ତଥା ବର୍ତ୍ତମାନ ସହାୟକ କୋଚ୍‌ ଦାୟିତ୍ୱ ତୁଲାଉଥିବା ପଲ୍‌ କଲିଂଉଡ୍‌ଙ୍କୁ ଶନିବାର ବାଧ୍ୟତାମୂଳକ ଭାବେ ଫିଲ୍ଡିଂ ପାଇଁ ପଡ଼ିଆକୁ ଓହ୍ଲାଇବାକୁ ପଡ଼ିଛି। ଆଇସିସି ବିଶ୍ୱକପ୍‌ ପୂର୍ବରୁ ସ୍ଥାନୀୟ ରୋଜ୍‌ ବାଉଲ୍‌ ଗ୍ରାଉଣ୍ଡରେ ଘରୋଇ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ ଅବସରରେ ଏହି ଦୃଶ୍ୟ ଦେଖିବାକୁ ମିଳିଥିଲା। ଇଂଲଣ୍ଡ ଦଳର ୪ ଜଣ ଖେଳାଳିଙ୍କୁ ଆଘାତ ଲାଗିବାରୁ ଶେଷରେ ଦଳର ଫିଲ୍ଡିଂ କୋଚ୍‌ ୪୨ ବର୍ଷୀୟ କଲିଂଉଡ୍‌ଙ୍କୁ ଜର୍ସି ପିନ୍ଧି ବଦଳ ଖେଳାଳିଭାବେ ପଡ଼ିଆରେ ଫିଲ୍ଡିଂ କରିବାକୁ ପଡ଼ିଥିଲା। ଏହି ମ୍ୟାଚ୍‌ରେ ପ୍ରଥମେ ଅଷ୍ଟ୍ରେଲିଆ ବ୍ୟାଟିଂ କରିଥିଲା। ନିଜର ୪ର୍ଥ ଓଭର ବୋଲିଂ କରୁଥିବାବେଳେ ମାର୍କ ଉଡ୍‌ ଆହତ ହୋଇଥିଲେ। ତାଙ୍କ ମାଂସପେଶୀ ଟାଣି ହୋଇଯିବାରୁ ସେ ପଡ଼ିଆ ଛାଡ଼ି ଚାଲି ଯାଇଥିବାବେଳେ ତାଙ୍କ ବଦଳରେ ଜୋଫ୍ରା ଆର୍ଚର ବଦଳ ଖେଳାଳି ଭାବେ ଆସିଥିଲେ। ତେବେ ସେ ମଧ୍ୟ ବ୍ରାଉଣ୍ଡରୀ ଲାଇନ୍‌ରେ ଫିଲ୍ଡିଂ କରୁଥିବା ସମୟରେ ଆଘାତପ୍ରାପ୍ତ ହୋଇଥିଲେ। ଫଳରେ ଶେଷରେ ୨୦୧୦ ଟି୨୦ ବିଶ୍ୱକପ୍‌ ବିଜୟୀ ଅଧିନାୟକ ତଥା ଦଳର ଫିଲ୍ଡିଂ କୋଚ୍‌ କଲିଂଉଡ୍‌ ପଡ଼ିଆକୁ ଓହ୍ଲାଇଥିଲେ। ସେ ଉଡ୍‌ଙ୍କ ଜର୍ସିକୁ ପରିଧାନ କରି ତାଙ୍କର ଫେଭରାଇଟ୍‌ ପଏଣ୍ଟ ସମେତ ଅନ୍ୟ ସ୍ଥାନରେ ମଧ୍ୟ ଫିଲ୍ଡିଂ କରିଥିଲେ। ୪୨ ବର୍ଷ ବୟସରେ କଲିଂଉଡ୍‌ଙ୍କ ଫିଟ୍‌ନେସ ସେଠାରେ ଉପସ୍ଥିତ ଥିବା ଦର୍ଶକଙ୍କୁ ଚକିତ କରିଥିଲା। ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ ଲାଗି ବିଶ୍ରାମ ନେବାକୁ ଘୋଷଣା କରିଥିବା ଜୋ ରୁଟ୍‌ ମଧ୍ୟ ଶେଷରେ ଫିଲ୍ଡିଂ କରିଥିଲେ। ଅଧିନାୟକ ଇଅନ ମୋର୍ଗାନ ଆଙ୍ଗୁଠିରେ ଆଘାତ କାରଣରୁ ଏହି ମ୍ୟାଚ୍‌ରୁ ବାଦ୍‌ ପଡ଼ିଥିଲେ। ସେହିଭଳି ଲେଗ୍‌-ସ୍ପିନର ଆଡିଲ ରଶିଦ ମଧ୍ୟ ନେଟ୍ସରେ ବୋଲିଂ କରୁଥିବାବେଳେ କହୁଣିରେ ଆଘାତ ପାଇଥିଲେ। କଲିଂଉଡ୍‌ ଇଂଲଣ୍ଡ ପକ୍ଷରୁ ୨୦୦୧ରୁ ୨୦୧୧ ମଧ୍ୟରେ ୧୯୭ ଦିନିକିଆ ଖେଳି ୫ ହଜାର ରନ୍‌ ଓ ୧୧୧ ଉଇକେଟ୍‌ ଅକ୍ତିଆର କରିଛନ୍ତି। ସେହିଭଳି ୬୮ ଟେଷ୍ଟ ଓ ୩୬ ଟି୨୦ରେ ମଧ୍ୟ ସେ ଜାତୀୟ ଦଳ ପକ୍ଷରୁ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri