୪ ଜିଲାରେ ନିର୍ମାଣ ହେବ ସ୍ପୋଟର୍‌ସ କମ୍ପ୍ଲେକ୍ସ:  ଅଲିମ୍ପିକ୍‌, ହକି ଯୋଗ୍ୟତାପର୍ଯ୍ୟାୟ ଖେଳ ପାଇଁ ୩୧ ଲକ୍ଷ ଟଙ୍କାର ଟିକେଟ ବିକ୍ରି ହୋଇଛି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟର ୪ଟି ଜିଲାରେ କ୍ରୀଡ଼ାର ବିକାଶ ପାଇଁ ସ୍ପୋଟର୍‌ସ କମ୍ପ୍ଲେକ୍ସ ନିର୍ମାଣ ହେବ। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା ଏବଂ ସମ୍ବଲପୁର। ଏ ନେଇ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ ସରିଛି। ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ। ଶୁକ୍ରବାର ବିଧାନସଭା ପ୍ରଶ୍ନୋତ୍ତର ବେଳେ ଏହି ସୂଚନା ଦେଇଛନ୍ତି କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା। ଏହି ସ୍ପୋଟର୍‌ସ କମ୍ପ୍ଲେକ୍ସ ନିର୍ମାଣ ହେବା ପରେ ରାଜ୍ୟରେ ଜାତୀୟ ଓ ଅନ୍ତର୍ଜାତୀୟ ଖେଳାଳିମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। ସେହିପରି ସହରାଞ୍ଚଳରେ କ୍ରୀଡ଼ାର ବିକାଶ ପାଇଁ ମିନି ଷ୍ଟାଡିୟମ୍‌ ନିର୍ମାଣ କରାଯାଉଛି। ଏଥିପାଇଁ କେନ୍ଦ୍ର ସରକାରଙ୍କ ‘ଖେଲୋ ଇଣ୍ଡିଆ’ ଯୋଜନାରେ ଅର୍ଥ ଯୋଗାଇ ଦିଆଯାଉଛି। ବିଜେଡି ସଭ୍ୟ ଅଶ୍ୱିନୀ କୁମାର ପାତ୍ର ପଚାରିଥିଲେ ଯେ, କଳିଙ୍ଗ ଷ୍ଟାଡିୟମ୍‌ରେ କେଉଁ ସବୁ ଜାତୀୟ ଓ ବିଶ୍ୱସ୍ତରୀୟ ପ୍ରତିଯୋଗିତା ଆୟୋଜନ ହେବାକୁ ଯାଉଛି ସେ ଦିଗରେ ସରକାର କି ପ୍ରସ୍ତୁତି କରିଛନ୍ତି। ବିଗତ ଦିନରେ ହୋଇଥିବା ଖେଳରୁ କେତେ ଟଙ୍କା ରାଜସ୍ବ ଆଦାୟ ହୋଇଛି। ଉତ୍ତରରେ ମନ୍ତ୍ରୀ କହିଥିଲେ ଯେ, କଳିଙ୍ଗ ଷ୍ଟାଡିୟମ୍‌ରେ ଫିଫା ୧୭ ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ୍‌ ବିଶ୍ୱକପ୍‌ ପ୍ରତିଯୋଗିତା-୨୦୨୦ର ଆୟୋଜନ ପାଇଁ ରାଜ୍ୟ ସରକାର ପ୍ରସ୍ତାବ ଦେଇଛନ୍ତି। ଏଥିସହିତ ଅନ୍ତର୍ଜାତୀୟ ଲିଗ୍‌ ଫୁଟବଲ୍‌ ମ୍ୟାଚ୍‌, ମହିଳା ଓ ଫୁଟବଲ୍‌ ଅଲିମ୍ପିକ୍‌ ଯୋଗ୍ୟତା ଅର୍ଜନର ଫାଇନାଲ ରାଉଣ୍ଡ ହକି ଇଣ୍ଡରନ୍ୟାଶନାଲ ଚାମ୍ପିୟମ୍‌ଶିପ୍‌ ଆୟୋଜନ କରିବାକୁ ପ୍ରସ୍ତାବ ରହିଛି। ଏଥିସହିତ ୨୦୧୯ ଡିସେମ୍ବର ୫ରୁ ୮ ତାରିଖ ପର୍ଯ୍ୟନ୍ତ ନ୍ୟାଶନାଲ ସ୍ପୋଟର୍‌ସ କ୍ଲାଇମ୍ବିଂ କମ୍ପିଟିଶନ୍‌ର ଆୟୋଜନ କଳିଙ୍ଗ ଷ୍ଟାଡିୟମ୍‌ରେ ହେବ। ଉପରୋକ୍ତ କ୍ରୀଡ଼ା ମହାସଂଘଙ୍କ ସହମତି ଏବଂ ରାଜ୍ୟ ସରକାରଙ୍କ ଅନୁମୋଦନ ପରେ କଳିଙ୍ଗ ଷ୍ଟାଡିୟମ୍‌ରେ ସେହି କ୍ରୀଡ଼ାଗୁଡିକ ଆୟୋଜନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ବିଜେଡି ସଭ୍ୟ ଲତିକା ପ୍ରଧାନ ଅତିରିକ୍ତ ପ୍ରଶ୍ନରେ ପଚାରିଥିଲେ ଯେ, କଳିଙ୍ଗ ଓ ବାରବାଟି ଷ୍ଟାଡିୟମ୍‌ ଛଡା ରାଜ୍ୟର ଅନ୍ୟ କେଉଁଠାରେ ସେହିଭଳି ଷ୍ଟାଡିୟମ୍‌ ନିର୍ମାଣ ପାଇଁ ଯୋଜନା ଅଛି କି? ବିଜେଡି ସଭ୍ୟ ରଘୁନାଥ ଗମାଙ୍ଗ, ବିକ୍ରମ ପଣ୍ଡା ଏବଂ ଶଶିଭୂଷଣ ବେହେରା ପ୍ରମୁଖ ବ୍ରହ୍ମପୁର ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ କେବେସୁଦ୍ଧା ଶେଷ ହେବ, ଏଥିପାଇଁ ସରକାର ସ୍ଥାନ ନିରୂପଣ କରିଛନ୍ତି କିି? କେସି ହାଇସ୍କୁଲ ଖେଳ ପଡ଼ିଆରେ ଇନ୍‌ଡୋର୍‌ ଷ୍ଟାଡିୟମ୍‌ ନିର୍ମାଣ ପାଇଁ ସରକାର ପଦକ୍ଷେପ ନେବେ କି। ବ୍ରହ୍ମପୁର ସହରରେ ଚିହ୍ନଟ ହୋଇଥିବା ଖୋଲା ସ୍ଥାନଗୁଡିକରେ ବାସ୍କେଟବଲ, ଭଲିବଲ ନିର୍ମାଣ ପାଇଁ ପଦକ୍ଷେପ ଗ୍ରହଣ କରିବେ କି। କେନ୍ଦ୍ରାପଡ଼ାରେ ଖେଳର ବିାକଶ ପାଇଁ ଇନ୍‌ଡୋର୍‌ ଷ୍ଟାଡିୟମ୍‌ ନିିର୍ମାଣ କରିବେ କି ବୋଲି ପଚାରିଥିଲେ। ମନ୍ତ୍ରୀ କହିଥିଲେ ଯେ, ନିକଟରେ କଳିଙ୍ଗଷ୍ଟାଡିୟମ୍‌ରେ ହୋଇଥିବା ଅଲିମ୍ପିକ୍‌ ଯୋଗ୍ୟତାପର୍ଯ୍ୟାୟ ହକି ଖେଳରେ ୩୧ ଲକ୍ଷ ଟଙ୍କାର ଟିକେଟ ବିକ୍ରି ହୋଇଛି। ଖେଳର ବିକାଶ ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚତ୍,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri