୪ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୧୮-୩: ଆସନ୍ତା ସପ୍ତାହରେ ଦେଶର ବିଭିନ୍ନ ପ୍ରାନ୍ତରେ ବ୍ୟାଙ୍କଗୁଡିକ ୪ ଦିନ ରହିବ। ବ୍ୟାଙ୍କ ଧର୍ମଘଟ ଏବଂ ଛୁଟିଯୋଗୁ ଏହି ସମୟରେ ବ୍ୟାଙ୍କ ମୋଟ ୩ ଦିନ ଖୋଲା ରହିବ ବୋଲି ସୂଚନା ରହିଛି। ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ଅଲ ଇଣ୍ଡିଆ ବ୍ୟାଙ୍କ ଏମ୍ପ୍ଲଇଜ୍‌ ଆସୋସିଏଶନ (ଏଆଇବିଇଏ) ଏବଂ ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ ଆସୋସିଏଶନ (ଏଆଇବିଓଏ) ମାର୍ଚ୍ଚ ୨୭ରେ ଧର୍ମଘଟ ଡାକରା ଦେଇଛି। ବ୍ୟାଙ୍କ ଏମ୍ପ୍ଲଇଜ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ ଏହି ଧର୍ମଘଟରେ ଯୋଗଦେବ ବୋଲି ଜଣାପଡିଛି। ଆସନ୍ତା ସୋମବାର ଏବଂ ମଙ୍ଗଳବାର ବ୍ୟାଙ୍କ ଖୋଲା ରହିବ।୨୫ ମାର୍ଚ୍ଚରେ ଗୁଡିପର୍ବ ଏବଂ ତେଲୁଗୁ ନୂଆବର୍ଷ ପଡୁଛି। ଏହି ସମୟରେ ବାଙ୍ଗାଲୋର ଚେନ୍ନାଇ, ହାଇଦ୍ରାବାଦ, ମୁମ୍ବାଇ, ନାଗପୁର ଭଳି ସହରରେ ବ୍ୟାଙ୍କ ସେବା ବନ୍ଦ ରହିବ। ୨୮ ମାର୍ଚ୍ଚରେ ଚତୁର୍ଥ ଶନିବାର, ୨୯ ମାର୍ଚ୍ଚରେ ରବିବାର ଯୋଗୁ ବ୍ୟାଙ୍କ ବନ୍ଦ ରହିବ। ଗୁରୁବାର ବ୍ୟାଙ୍କ ଖୋଲାରହିବ। ଶୁକ୍ରବାର ଧର୍ମଘଟ ଯୋଗୁ ପୁଣି ଥରେ ସେବା ବାଧାପ୍ରାପ୍ତ ହେବ। ଓଡିଶା କଥା ବିଚାର କଲେ ଆସନ୍ତା ୨୭, ୨୮ ଏବଂ ୨୯ ତାରିଖରେ ବ୍ୟାଙ୍କ ବନ୍ଦ ରହିବ ବୋଲି ବ୍ୟାଙ୍କିଙ୍ଗ ଶିଳ୍ପ ପକ୍ଷରୁ ସୂଚନା ରହିଛି। ଗତ ୩ ଦଶନ୍ଧି ଧରି କେନ୍ଦ୍ରରେ ଶାସନ କରି ଆସୁଥିବା ସରକାରଗୁଡିକ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ବିରୋଧୀ ନୀତି ଗ୍ରହଣ କରିବା ସହ ଲୋକମାରଣ ନୀତି ନେଇ ଆଗକୁ ବଢୁଛନ୍ତି। ଏହା ବିରୋଧରେ ଧର୍ମଘଟ ଡାକରା ଦିଆଯାଇଥିବା ଏଆଇବିଇଏ ସାଧାରଣ ସମ୍ପାଦକ ସି.ଏଚ୍‌.ଭେଙ୍କଟଚଲମ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri