୪ ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ

ଯାଜପୁର ଟାଉନ/ସୁକିନ୍ଦା/ଧର୍ମଶାଳା/କୋରେଇ,୩ା୫(ଡି.ଏନ୍‌.ଏ/ସ୍ବ.ପ୍ର.)
ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳରେ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ୩୦,୨୬୨ ଭୋଟ ପାଇ ଆଗରେ ଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାବେ ଭାଜପା ପ୍ରାର୍ଥୀ ଗୌତମ ରାୟ ୧୫,୬୨୦ ଭୋଟ ପାଇଛନ୍ତି। ପ୍ରଣବପ୍ରକାଶ ୧୪୬୪୨ ଭୋଟରେ ଆଗୁଆ ଅଛନ୍ତି। ସେହିପରି ସୁକିନ୍ଦା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପ୍ରୀତିରଞ୍ଜନ ଘଡ଼େଇ ୨୬୭୨୨ ଭୋଟ ପାଇ ଆଗରେ ଥିବାବେଳେ ଭାଜପା ପ୍ରାର୍ଥୀ ପ୍ରଦୀପ ବଳସାମନ୍ତ ୧୯୭୭୧ ଭୋଟ ପାଇ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଅଛନ୍ତି। ପ୍ରୀତିରଞ୍ଜନ ୯୯୫୧ ଭୋଟରେ ଆଗୁଆ ଅଛନ୍ତି। କୋରେଇ ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଅଶୋକ ବଳ ୨୪,୩୮୦ ଭୋଟ ପାଇ ଆଗରେ ଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ବିଶ୍ୱଜିତ ନାୟକ ୧୪,୬୫୮ ଭୋଟ ପାଇଛନ୍ତି। ଅଶୋକ ବଳ ୯୭୨୨ ଭୋଟରେ ଆଗୁଆ ଅଛନ୍ତି। ସେହିପରି ଧର୍ମଶାଳା ନିର୍ବାଚନମଣ୍ଡଳୀରେ ମଧ୍ୟ ବିଜେଡି ପ୍ରାର୍ଥୀ ପ୍ରଣବ ବଳବନ୍ତରାୟ ୫୯୨୬୮ ଭୋଟ ପାଇ ଆଗରେ ଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାବେ ଭାଜପା ପ୍ରାର୍ଥୀ ରମେଶ ପରିଡ଼ା ୨୬୯୪୭ ଭୋଟ ପାଇଛନ୍ତି। ପ୍ରଣବ ବଳବନ୍ତରାୟ ୩୨୩୨୧ ଭୋଟରେ ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri