୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବାଲିଆପାଳ/ବସ୍ତା,୧୯।୮(ସ୍ବ.ପ୍ର.)-ଶିଶୁକନ୍ୟାମାନଙ୍କ ପ୍ରତି ଅସଦାଚରଣ, ବଳାତ୍କାର ରୋକିବା ଲାଗି କଠୋର ଦଣ୍ଡ ପ୍ରଣୟନ କରାଯାଇଛି। ଏସବୁ ସତ୍ତ୍ୱେ ସେମାନଙ୍କ ପ୍ରତି ଅତ୍ୟାଚାର କମିବାର ନଁା ନେଉନି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ବସ୍ତା ବ୍ଲକ ସିଂଲା ଥାନା ଅଞ୍ଚଳରେ। ଏହି ଅଞ୍ଚଳର ଏକ ୪ବର୍ଷର ଶିଶୁକନ୍ୟାକୁ ତାଙ୍କ ସମ୍ପର୍କୀୟ ଭାଇ ବଳାତ୍କାର କରିଥିବା ଥାନାରେ ଅଭିଯୋଗ ହୋଇଛି। ଏନେଇ ଥାନାରେ ମାମଲା (ନଂ. ୧୨୦/୧୯) ରୁଜୁ କରାଯାଇଛି। ଅଭିଯୁକ୍ତ ସଞ୍ଜୟ ଦାସ(୩୪)ଙ୍କୁ ଗିରଫ କରାଯାଇ ତଦନ୍ତ ଆରମ୍ଭ ହୋଇଛି ବୋଲି ଏସ୍‌ପି ବି.ଯୁଗଳ କିଶୋର କୁମାର ସୂଚନା ଦେଇଛନ୍ତି।
ଗତ ୧୭ତାରିଖରେ ଜଣେ ୪ବର୍ଷର ଶିଶୁକନ୍ୟା ଘର ଅଗଣାରେ ଖେଳୁଥିଲେ। ଏହି ସମୟରେ ପଡ଼ୋଶୀ ଘର ସମ୍ପର୍କୀୟ ଭାଇ ସଞ୍ଜୟ ତାଙ୍କୁ ଘରୁ ପାଣି ଆଣିବାକୁ କହିଥିଲେ। ଶିଶୁକନ୍ୟା ଏ ନେଇ ତାଙ୍କ ମାଙ୍କୁ ଜଣାଇଥିଲେ। ତାଙ୍କ ମା’ ନଳକୂପରୁ ପାଣି ଆଣି ଭାଇଙ୍କୁ ଦେଇ ଆସିବାକୁ କହିଥିଲେ। ସମ୍ପୃକ୍ତ ଶିଶୁକନ୍ୟା ପାଣି ନେଇଯିବାରୁ ସଞ୍ଜୟ ତାଙ୍କୁ ଘର ଭିତରକୁ ଡାକି ନେଇ ଅତି ନିର୍ମମ ଭାବେ ବଳାତ୍କାର କରିବା ସହ ଶରୀରର ବିଭିନ୍ନ ସ୍ଥାନକୁ କ୍ଷତାକ୍ତ କରି ପକାଇ ଦେଇଥିଲେ। ଝିଅ ଆସିବା ବିଳମ୍ବ ହେବାରୁ ମା’ ଖୋଜିବାକୁ ଯାଇଥିଲେ। ଝିଅଟି କାନ୍ଦି କାନ୍ଦି ଆସି ମା’ଙ୍କୁ ସବୁ କଥା କହିଥିଲେ। ପରେ ଏନେଇ ଗ୍ରାମରେ ବିଚାର ହୋଇଥିଲା। ହେଲେ ସଞ୍ଜୟ ସେଠାରୁ ପଳାଇ ଯାଇଥିଲେ। ପରିବାର ଲୋକ ତୁରନ୍ତ ଶିଶୁକନ୍ୟାକୁ ଚିକିତ୍ସା ପାଇଁ ବସ୍ତା ଡାକ୍ତରଖାନାକୁ ନେଇ ଆଣିଥିଲେ। ଶିଶୁକନ୍ୟାଙ୍କ ପରିବାର ଲୋକେ ପ୍ରଥମେ ଚାଇଲ୍ଡଲାଇନର ବାଲିଆପାଳ ମୁଖ୍ୟ ପ୍ରଶାନ୍ତ ରାଉତଙ୍କୁ ଜଣାଇଥିଲେ। ଶିଶୁକନ୍ୟାଙ୍କ ଜେଜେବାପା ସୋମବାର ସିଂଲା ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri