୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବାସୁଦେବପୁର,୨୪।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କିଷ୍ମତକୃଷ୍ଣପୁର ଅଞ୍ଚଳର ଜଣେ ୪ ବର୍ଷୀୟା ଶିଶୁକନ୍ୟାଙ୍କୁ ରବିବାର ସକାଳେ ବଳାତ୍କାର କରାଯାଇଛି। ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ନେଇ ସନ୍ଧ୍ୟାରେ ପୀଡ଼ିତାଙ୍କ ମା’ଙ୍କ ଅଭିଯୋଗକ୍ରମେ ନାୟକାଣିଡିହୀ ଥାନା ପୋଲିସ ଏକ ମାମଲା(ନଂ.୨୩/୨୦) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଲୁଣିସାହି ଗଁାର ଜଗନ୍ନାଥ ଦାସ। ଅଭିଯୋଗ ଅନୁଯାୟୀ, ସକାଳେ ଜଗନ୍ନାଥ ଶିଶୁକନ୍ୟାଙ୍କୁ ଚକୋଲେଟ୍‌ ଦେବାକୁ କହି ନିଜ ଘରକୁ ଟେକି ନେଇ ବଳାତ୍କାର କରିଥିଲେ। ଏ ସମ୍ପର୍କରେ ଖବର ପାଇ ନାୟକାଣିଡିହୀ ଥାନା ପୋଲିସ ପହଞ୍ଚି ଜଗନ୍ନାଥଙ୍କୁ ଥାନାକୁ ନେଇ ଅଟକ ରଖି ପଚରାଉଚରା କରିଥିଲା। ପୀଡ଼ିତାଙ୍କ ପକ୍ଷରୁ ଲିଖିତ ଅଭିଯୋଗ ପରେ ପୋଲିସ ତାଙ୍କୁ ଗିରଫ କରିଛି। ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ଆଇଆଇସି ଉମାଶଙ୍କର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri