୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ ଗ୍ରହଣ ହେବ। ୪ଟି ସଂସଦୀୟ ନିର୍ବାଚନମଣ୍ଡଳୀରେ ମହିଳା ମତଦାତାଙ୍କ ସଂଖ୍ୟା ପୁରୁଷଙ୍କଠାରୁ ଅଧିକ ରହିଛି। ମୋଟ ମତଦାତାଙ୍କ ମଧ୍ୟରୁ ୩୧ ଲକ୍ଷ ୮୭ ହଜାର ୭୭୧ ଜଣ ମହିଳା ମତଦାତା ଥିବାବେଳେ ୩୦ ଲକ୍ଷ ୯୬ ହଜାର ୨୪୩ ଜଣ ପୁରୁଷ ମତଦାତା ରହିଛନ୍ତି। ଏହା ଗଣତନ୍ତ୍ର ପାଇଁ ଶୁଭ ସଙ୍କେତ ବୋଲି ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି।
କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ପ୍ରତି ୧ ହଜାର ପୁରୁଷରେ ୯୯୯ ମହିଳା ମତଦାତା ଥିବାବେଳେ ନବରଙ୍ଗପୁରରେ ୧୦୩୯, ବ୍ରହ୍ମପୁରରେ ୯୯୬ ଏବଂ କୋରାପୁଟରେ ୧୦୯୫ ମହିଳା ଭୋଟର ଅଛନ୍ତି। ଏହି ୪ଟି ସଂସଦୀୟ କ୍ଷେତ୍ର ପାଇଁ ମୋଟ ୭,୨୮୯ଟି ଭୋଟଗ୍ରହଣ କେନ୍ଦ୍ର କରାଯାଇଛି। ୧୫୦୦ ଭୋଟରରୁ ଅଧିକ ଥିବା ସ୍ଥାନରେ ୧୪ଟି ଅତିରିକ୍ତ ବୁଥ୍‌ କରାଯାଇଛି। ରାଜ୍ୟରେ ମୋଟ ୩ କୋଟି ୩୬ ଲକ୍ଷ ମତଦାତା ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧.୬୬ ଲକ୍ଷ ମହିଳା ଓ ୧.୭୦ ଲକ୍ଷ ପୁରୁଷ ମତଦାତା ଅଛନ୍ତି। ସେହିପରି ୧୮ରୁ ୧୯ ବର୍ଷ ଭୋଟରଙ୍କ ସଂଖ୍ୟା ୮.୬୯ ଲକ୍ଷ ରହିଥିବାବେଳେ ୨୦ରୁ ୨୯ ବର୍ଷ ଭୋଟରଙ୍କ ସଂଖ୍ୟା ୭୦.୪୦ ଲକ୍ଷ ରହିଛି। ସି-ଭିଜିଲ ଜରିଆରେ ଲୋକମାନଙ୍କଠାରୁ ଏପର୍ଯ୍ୟନ୍ତ ମୋଟ ୩,୮୭୩ ଅଭିଯୋଗ ଆସିଛି। ସେଥିରୁ ୩,୮୫୪ର ସମାଧାନ ହୋଇଛି। ବିଶେଷକରି ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ, କନ୍ଧମାଳ ଓ ଗଞ୍ଜାମ ଜିଲାରୁ ଅଧିକ ଅଭିଯୋଗ ଆସିଛି। ପୋଷ୍ଟର, ବ୍ୟାନରକୁ ନେଇ ଅଧିକ ଅଭିଯୋଗ ଆସିଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ନିର୍ବାଚନ ଆଚରଣ ବିଧି ଲାଗୁହେବା ପରଠାରୁ ମାର୍ଚ୍ଚ ପହିଲାରୁ ଏ ପର୍ଯ୍ୟନ୍ତ ରାଜ୍ୟରେ ୧୧୮ କୋଟି ଟଙ୍କାର ବିଭିନ୍ନ ସାମଗ୍ରୀ ଜବତ କରାଯାଇଛି। ସେଥିରେ ୧୮.୧୯ କୋଟି ଟଙ୍କାର ମଦ, ୪୩.୬୯ କୋଟି ଟଙ୍କାର ବ୍ରାଉନସୁଗାର ଓ ଗଞ୍ଜେଇ, ୭.୧୭ କୋଟି ଟଙ୍କାର ସୁନା ଏବଂ ୪୭ କୋଟି ଟଙ୍କାର ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି। ଉକ୍ତ ୪ ସଂସଦୀୟ କ୍ଷେତ୍ରରେ ନିର୍ବାଚନ ପରିଚାଳନା କରିବାକୁ ୩ ଜଣ ସ୍ବତନ୍ତ୍ର ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ସେମାନଙ୍କ ମଧ୍ୟରେ ଜଣେ ଆଇଏଏସ୍‌ ଅଫିସର, ଜଣେ ଆଇପିଏସ୍‌ ଅଫିସର ଓ ଜଣେ ଆଇଆର୍‌ଏସ୍‌ ଅଫିସର ଅଛନ୍ତି। ସେମାନେ ଆଇନଶୃଙ୍ଖଳା, ନିର୍ବାଚନ ଖର୍ଚ୍ଚ ଇତ୍ୟାଦି ତଦାରଖ କରିବେ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବିଭିନ୍ନ ରାଜନୈତିକ ଦଳଗୁଡ଼ିକ ସହିତ ମୁଖ୍ୟ ନିର୍ବାଚନ ଅଧିକାରୀ ଆଲୋଚନା କରିଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନାମାଙ୍କନପତ୍ର ଦାଖଲ ସମୟରେ ବଡ଼ ରାଲି ନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ଗାଇଡ୍‌ଲାଇନକୁ ଅନୁସରଣ କରିବାକୁ ସେ ଅନୁରୋଧ କରିଛନ୍ତି। ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ଇଭିଏମ୍‌ଗୁଡ଼ିକୁ ଜିଲାରେ ଥିବା ଷ୍ଟ୍ରଙ୍ଗ୍‌ରୁମ୍‌କୁ ସ୍ଥାନାନ୍ତର କରାଯାଇଛି। ଯୁବ ଭୋଟରଙ୍କୁ ଆକୃଷ୍ଟ କରିବାକୁ ବିଭିନ୍ନ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri